ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରନ୍ତି। ବାଲି ଆଣିବା ପାଇଁ ସେ ଟ୍ରାକ୍ଟର ଡାଲାରେ ବସି ସିଆଙ୍ଗବାଲିରୁ ଗଦଡି ଯାଉଥିଲେ। ରାଜେନପାଙ୍ଗା ନିକଟରେ ଟ୍ରାକ୍ଟର ଚକା ପଥର ଉପରେ ଚଢ଼ିଯିବାରୁ ମସେସ ଡାଲାରୁ ଖସି ପଡିଥିଲେ। ତାଙ୍କ ଉପରେ ଟ୍ରାକ୍ଟର ଚକା ଚଢି ଯାଇଥିଲା। ତାଙ୍କୁ ଉଦ୍ଧାର କରି ପ୍ରଥମେ ଦାରିଙ୍ଗବାଡି ମେଡିକାଲ ଓ ପରେ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ନଂ.୧୪୨/୧୯ ରୁଜୁ ହୋଇଛି। ସବଇନ୍ସପେକ୍ଟର ଗୋପାଳକୃଷ୍ଟ ଆଗୁପାତ୍ର ବାଲିଗୁଡାରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri