ଟ୍ରାନ୍ସଫର୍ମରରେ ପିଟି ହୋଇ ଓଲଟି ପଡ଼ିଲା ବସ୍‌: ଦୁଇ ଗୁରୁତର

ରାୟଗଡ଼ା ଅଫିସ,୫।୩: କାଶୀପୁର ସଦର ମହକୁମାରେ ବୁଧବାର ବିଳମ୍ବିତ ରାତିରେ ହନୁମାନ ନାମକ ଏକ ବସ୍‌ ସୁଙ୍ଗେରଠାରୁ କାଶୀପୁର ଆଡ଼କୁ ଫେରୁଥିଲା। ମେଡିକାଲ ଛକ ଗଡ଼ାଣିଆରେ ବ୍ରେକ୍‌ ମାରିବାରୁ ଭାରସାମ୍ୟ ହରାଇ ସମ୍ମୁଖରେ ଥିବା ଟ୍ରାନ୍ସଫୋର୍ମରରେ ପିଟି ହୋଇ ଏକ ପାନ ଦୋକାନ ଉପରେ ଓଲଟି ପଡ଼ିଥିଲା। ଫଳରେ ପାନ ଦୋକାନ ସମ୍ପୂର୍ଣ୍ଣ ଭାଙ୍ଗି ଚୁର୍‌ମାର ହେଇଯାଇଛି। ବସ୍‌ ଦୁର୍ଘଟଣା ଶବ୍ଦ ଶୁଣି ମେଡିକାଲ କର୍ମଚାରୀମାନେ ପ୍ରଥମେ ଡା. ରାବଡ଼ା ରାମାରାଓଙ୍କୁ ଡାକିଥିଲେ। ଡାକ୍ତର ରାବଡ଼ାଙ୍କ ନେତୃତ୍ୱରେ ମେଡିକାଲ କର୍ମଚାରୀ ଛାନ୍‌ଭିନ୍‌ କରିବାରୁ ବସ୍‌ରେ ଥିବା ଅନ୍ୟ ୩ ଜଣ ଫେରାର ଥିବାବେଳେ ବସ୍‌ ଭିତରେ ସୁଙ୍ଗେର ଗ୍ରାମର ଯୁଧିଷ୍ଠିର ନାଏକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ପାନ ଦୋକାନୀ ପ୍ରଦୀପ ଗୋପାଳ ମଧ୍ୟ ବସ୍‌ ତଳେ ଚାପି ହୋଇ ରହିଥିଲେ। ପରେ ଉକ୍ତ ଦୁଇଜଣଙ୍କୁ କାଶୀପୁର ସ୍ବାସ୍ଥକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ରାୟଗଡ଼ା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସୁଦ୍ଧା ବସ୍‌ଟି ରାସ୍ତା ଉପରେ ପଡ଼ି ରହିଥିବାବେଳେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri