ଟ୍ରାନ୍ସଫର୍ମର ବସ୍‌ବାର ୨ ବଛର ବିତ୍‌ଲା: ବିଦ୍ୟୁତ୍‌ ସେବାରୁ ବଁଚିତ୍‌ ୩୦ ପରିବାର

 

କର୍ଲାମୁଣ୍ଡା, ୭ା୧୨ (ଡି.ଏନ୍‌.ଏ.)-
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍‌ ଧଅଁରାଖମନ ଗଁାର ଲୋକ୍‌ ସଂଖ୍ୟା ପାଖାପାଖି ୪ଶହ। ଗଁାଟା ବଲାଙ୍ଗୀର ଜିଲା ସୀମାନାରେ ରହିଛେ। ସେନ୍‌ତା ବ୍ଲକ ସଦରନୁ ଗଁାଟା ୨୦ କି.ମି. ଦୂରିଆଥି ରହିଛେ। ଗଁାରେ ଆଦିବାସୀ ଆର ଓବିସି ସମାଜର ୮୧ଟା ପରିବାର ରହୁଛନ୍‌। ବଡ଼ଭାଗି ଲୁକ୍‌କର ଜୀବ୍‌କା କହେଲେ ଚାଷ୍‌ବାସ ଆର କୁଲିମଜୁରି। ଏହେଦ୍‌କା ଗଁାର ଗୁଟେ ବଡ଼୍‌ ସମସିଆ ହେଉଛେ ବିଦ୍ୟୁତ୍‌ ସେବା। ଇଆଡ଼େ ସରକାରକଁର ତରଫୁ ୨ ବଛର ତଲେ ଗଁାବାସୀକୁ ବିଦ୍ୟୁତ୍‌ ସଂଯୋଗ ଦେବାର ଲାଗି ସୌଭାଗ୍ୟ ଯୋଜନାରେ ଗଁାରେ ୬୩ କେଭି ଟ୍ରାନ୍ସଫର୍ମର ବସିଛେ। ଗଁାରେ ଖୁଁଟା ଗଡ଼ା ହେଇ ତାର ଟନା କାମ୍‌ ବି ସରିଛେ। ହେଲେ ଆଏଜ୍‌ତକ ବିଦ୍ୟୁତ୍‌ ସଂଯୋଗ ନାଇଁ ହେବାର ଲାଗି ଗଁାର ୩୦ଟା ପରିବାର ଅଁଧାରେ ଜୀବନ୍‌ ବିତଉଥିବାର ଅଭିଯୋଗ କରିଛନ୍‌। ଇଆଡ଼େ ୨୦୦୫-୦୬ ସାଲୁ ଗଁାର ୪୫ଟା ବିପିଏଲ୍‌ ପରିବାରକେ ୧୦କେଭି ଟ୍ରାନ୍ସଫର୍ମରୁ ବିଦ୍ୟୁତ୍‌ ସେବା ଯୁଗେଇ ଦିଆଯାଉଛେ। ହେଲେ ଗଁାର ଉନିଅଁା ପରିବାରମାନେ ବିଦ୍ୟୁତ୍‌ ସେବା ପାଏବାରୁ ବଁଚିତ୍‌ ହେଇଥିବାର ଗଁାବାସୀ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ଗଁାବାସୀ ଜିଲାପାଳ, ବିଭାଗୀୟ ଅଧ୍‌କାରୀକୁଁ ଜନେଇ ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ମତାମତ ଲାଗି ନର୍ଲା ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓକଁର ମୋବାଇଲ୍‌ରେ ଯୋଗାଯୋଗ କରାଯାଇଥିଲେ ବି ଯୋଗାଯୋଗ ସମ୍‌ଭବ ନାଇଁ ହେଇପାରି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri