ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନାଁରେ ଜନସାଧାରଣଙ୍କୁ ଅତ୍ୟାଚାର: ସୁରେଶ ରାଉତରାୟ

ଭୁବନେଶ୍ୱର,୨।୩(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟରଯାନ ଆଇନକୁ କଡ଼ାକଡ଼ି ଲାଗୁ କରାଯାଇଥିବା ବେଳେ ରାଜ୍ୟର ସବୁ ସ୍ଥାନରେ ଧରପଗଡ଼ ଆରମ୍ଭ ହୋଇଯାଇଛି। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଜରିମାନା କରାଯାଉଛି। ତେବେ ଏଭଳି ପରିସ୍ଥିତିରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନାମରେ ସାଧାରଣ ଲୋକଙ୍କୁ ଅତ୍ୟାଚାର କରାଯାଉଛି ବୋଲି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ପୋଲିସ ଓ ଆର୍‌ଟିଓ ଚାଳକଙ୍କୁ ଯେଉଁଭଳି ବ୍ୟବହାର କରୁଛନ୍ତି, ତାହା ହିଟ୍‌ଲର ଶାସନ ଓ ଇଦ୍‌ ଅମିନ୍‌ ଶାସନଠାରୁ ବଳି ଯାଉଛି। ଗାଡିର କ୍ରୟ ମୂଲ୍ୟଠାରୁ ଅଧିକ ଜରିମାନା ଚାଳକଙ୍କଠାରୁ ଆଦାୟ କରାଯାଉଛି। ରୋଗୀ, ଛାତ୍ର, ପରୀକ୍ଷାର୍ଥୀ ଓ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଯାଉଥିବା ଗାଡିକୁ ଅଟକାଯାଇ ଗାଳିଗୁଲଜ କରିବା ସହ ଥାନାକୁ ଜବରଦସ୍ତ ଗାଡି ନିଆଯାଉଛି। ଏକ ଗଣତନ୍ତ୍ର ରାଷ୍ଟ୍ରରେ ଏହା ସ୍ଫୃହଣୀୟ ନୁହେଁ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଜନତାଙ୍କଠାରୁ ଯେଉଁଭଳି ଜରିମାନା ଆଦାୟ କରୁଛନ୍ତି ତାହା ଜନବିରୋଧୀ ନିଷ୍ପତ୍ତି ବୋଲି ରାଉତରାୟ କହିଛନ୍ତି। ଲୋକେ ବିଜେଡି ଓ ଭାଜପାକୁ ସରକାରରେ ବସାଇଛନ୍ତି। ମାତ୍ର ଏହାପରେ ସେମାନଙ୍କର ଅମାନୁଷିକ କାର୍ଯ୍ୟ ଲୋକଙ୍କୁ ଅତିଷ୍ଠ କଲାଣି ବୋଲି ରାଉତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri