ଟ୍ରାଫିକ ସମନ୍ବୟ ବୈଠକ: ଜାତୀୟ ରାଜପଥରେ ଲେନ୍‌ ବ୍ୟବସ୍ଥା ହେବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାସ୍ତା ସମସ୍ୟା ଓ ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ନିମନ୍ତେ ଶୁକ୍ରବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସିପି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟତଃ ଜାତୀୟ ରାଜପଥରେ ଟ୍ରାଫିକ ବ୍ୟବସ୍ଥା ସୁଧାରିବା ନେଇ ଆଲୋଚନା କରାଯାଇଥିଲା। ଜାତୀୟ ରାଜପଥରେ ବାଇକ ଚାଳକ ଓ କାର୍‌ ଚାଳକଙ୍କ ପାଇଁ ଲେନ୍‌ ବ୍ୟବସ୍ଥା କରାଯାଇ ସୂଚନା ଫଳକ ଲଗାଯିବାକୁ ବୈଠକରେ ଆଲୋଚନା ହୋଇଛି। ଏହାସହ ରସୁଲଗଡ ରାସ୍ତାର ଅନେକ ସ୍ଥାନରେ ଖାଲଖମା ରହିଛି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ଅସନ୍ତୋଷ ଲାଗିରହିଛି। ତେଣୁ ରସୁଲଗଡ଼ ଏବଂ ମଧୁପାଟଣା ରାସ୍ତାର ମରାପତି ପାଇଁ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହି ରାସ୍ତାକୁ ତୁରନ୍ତ ମରାମତି କରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି। ସେହିପରି ରାଜଧାନୀ ରାସ୍ତାରେ ପାର୍କିଂ ଓ ଅଣ ପାର୍କିଂ ସୂଚନା ଫଳକ ଲଗାଇବା ଓ ରାସ୍ତା ଚିହ୍ନଟ କରିବା ପାଇଁ ପୂର୍ତ୍ତ ବିଭାଗକୁ କମିଶନରେଟ ପୋଲିସ ଅନୁରୋଧ କରିଛି। ରାଜମହଲ ଛକ ଓ ଏଜି ଛକ ମଧ୍ୟରେ ରାସ୍ତାକୁ ଅବରୋଧମୁକ୍ତ କରାଯିବା, ରାସ୍ତା ଉପରୁ ଉଠାଦୋକାନୀଙ୍କୁ ଉଚ୍ଛେଦ କରାଯିବା ନେଇ ଆଲୋଚନା ହୋଇଥିଲା। ଅନେକ ଟ୍ରାଫିକ ଛକରେ ଜେବ୍ରା କ୍ରସିଂଗୁଡିକ ଠିକ୍‌ ରୂପେ ଦେଖାଯାଉ ନ ଥିବା ବେଳେ ଅନେକ ସ୍ଥାନରେ ଦୁଇଟି ଜେବ୍ରା କ୍ରସିଂ ରହିଛି। ଯାହାକୁ ନେଇ ଗାଡି ଚାଳକ ଦ୍ୱନ୍ଦ୍ୱରେ ପଡୁଛନ୍ତି। ଏହି ଜେବ୍ରା କ୍ରସିଂ ତୁରନ୍ତ ନୂଆ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରତ୍ୟେକ ମାସର ପ୍ରଥମ ସପ୍ତାହରେ ବୈଠକ କରାଯିବାକୁ ନିଷ୍ପତ୍ତି ହୋଇଛି।
ଏହି ବୈଠକରେ ଅତିରିକ୍ତ ପୋଲିସ କମିଶନର ସଞ୍ଜୟ ସିଂ, ଡିସିପି ଅନୁପ କୁମାର ସାହୁ, ଟ୍ରାଫିକ୍‌ ଡିସିପି ସାଗରିକା ନାଥ, ଅତିରିକ୍ତ ଟ୍ରାଫିକ ଡିସିପି ଅମରେଶ ପଣ୍ଡା, ଏଡିଏମ୍‌ ଅରୁଣ କୁମାର ବେହେରା, ଏନ୍‌ଏଚ୍‌ଏଆଇ ପିଡି ଦେବପ୍ରସାଦ ସାହୁ, ଆରଟିଓ-୧ ପ୍ରଦୀପ କୁମାର ମହାନ୍ତି, ଆରଟିଓ-୨ ସଞ୍ଜୟ ବେହେରା, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୂର୍ଯ୍ୟନାରାୟଣ ମିଶ୍ର, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ-୨ ଜଗବନ୍ଧୁ ରାଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri