ଟ୍ରେଡ୍‌ ଲାଇସେନ୍ସ ବିନା ସାମଗ୍ରୀ ପାଇଁ ଆସିପାରିବେନି ବ୍ୟବସାୟୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଏଣିକି ଟ୍ରେଡ୍‌ ଲାଇସେନ୍ସ ନ ଥିଲେ ବ୍ୟବସାୟୀ ନିଜ ଅଞ୍ଚଳରୁ ବାହାରି ପରିବା କିମ୍ବା ଗ୍ରସେରି ସାମଗ୍ରୀ ଆଣିବା ପାଇଁ ଆସିପାରିବେନି। ବିଭିନ୍ନ ସ୍ଥାନରେ କେତେକ ବ୍ୟକ୍ତି ଦୋକାନ ସାମଗ୍ରୀ ଆଣିବା ଆଳରେ ଏଣେତେଣେ ବୁଲୁଥିବା ନଜରକୁ ଆସିବା ପରେ କମିଶନରେଟ୍‌ ପୋଲିସ୍‌ ଏଭଳି କଟକଣା ଜାରି କରିଛି। ସମସ୍ତ ବ୍ୟବସାୟୀ ନିଜ ଟ୍ରେଡ ଲାଇସେନ୍ସ ଦେଖାଇ ବଜାରକୁ ଆସିପାରିବେ ବୋଲି କମିଶନରେଟ୍‌ ପୋଲିସ୍‌ ପକ୍ଷରୁ କୁହାଯାଇଛି। ଏହାପରେ ଭୁବନେଶ୍ୱର ତଥା ଉପକଣ୍ଠ ଅଞ୍ଚଳର ଯେଉଁ ବ୍ୟବସାୟୀମାନେ ଭୁବନେଶ୍ୱର ୟୁନିଟ୍‌ ୧ ଏବଂ ଅନ୍ୟ ବଡ଼ ମାର୍କେଟ ଉପରେ ନିର୍ଭର କରୁଥିଲେ ସେମାନେ ଘରୁ ରାସ୍ତାକୁ ବାହାରି ପାରୁନାହାନ୍ତି। ତେଣୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସମ୍ପୃକ୍ତ ବ୍ୟବସାୟୀମାନଙ୍କୁ ନିଜ ଫୋନ୍‌ରେ ଇଣ୍ଟରନେଟ୍‌ ମାଧ୍ୟମରେ ଅନ୍‌ଲାଇନ୍‌ ଟ୍ରେଡ୍‌ ଲାଇସେନ୍ସ ଆବେଦନ କରିବା ପାଇଁ ପରାମର୍ଶ ଦେଇଛି।
ଉଲ୍ଲେଖଯୋଗ୍ୟ, କିଛି ଦିନ ତଳେ ବ୍ୟବସାୟୀମାନଙ୍କୁ ଅନ୍‌ଲାଇନ୍‌ରେ ଟ୍ରେଡ୍‌ ଲାଇସେନ୍ସ ଆବେଦନ କରିବା ପାଇଁ ବିଏମ୍‌ସି କହିଥିଲା। କିନ୍ତୁ ଅନେକ ବ୍ୟବସାୟୀ ଏହାକୁୁ ବେଖାତିର କରିଥିଲେ। କେନ୍ଦ୍ର ଓ ରାଜ୍ୟ ସରକାର ମଙ୍ଗଳବାର ପରିବହନ ପାଇଁ ଟ୍ରେଡ୍‌ ଲାଇସେନ୍ସ ବାଧ୍ୟତାମୂଳକ ଘୋଷଣା କରିବା ପରେ ଏବେ ବ୍ୟବସାୟୀଙ୍କୁ ଚିନ୍ତା ଘାରିଛି। ଏ ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି, ବ୍ୟବସାୟୀମାନେ ଏନେଇ ଚିନ୍ତା କରିବାର କିଛି ଆବଶ୍ୟକତା ନାହିଁ। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଏମ୍‌ସି ବ୍ୟାପକ ବ୍ୟବସ୍ଥା ହାତକୁ ନେଇଛି। ବ୍ୟବସାୟୀମାନେ ଆବେଦନ କରିବା ପରେ ସମ୍ପୃକ୍ତ ୱାର୍ଡର ୱାର୍ଡ ଅଫିସର ତାଙ୍କ ଆବେଦନ ଯାଞ୍ଚ କରିବେ। ତା’ପରେ ସେମାନେ ଉକ୍ତ ଆବେଦନପତ୍ରକୁ ପୋଲିସ୍‌କୁ ଦେଖାଇ ସାମଗ୍ରୀ କିଣାବିକା କରିପାରିବେ। ଆବେଦନର ୧୫ ଦିନ ପରେ ସମ୍ପୃକ୍ତ ବ୍ୟବସାୟୀଙ୍କୁ ଟ୍ରେଡ୍‌ ଲାଇସେନ୍ସ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri