ନୂଆଦିଲ୍ଲୀ,୨୯-୪: ଟ୍ରେନରେ ଯାତ୍ରୀଙ୍କ ସାମଗ୍ରୀ ଚୋରି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆର୍ପିଏଫ୍ ଓ ଜିଆର୍ପି ଥାଇ ମଧ୍ୟ ଚୋରି ସଂଖ୍ୟା ବଢ଼ିବା ଚିନ୍ତାର ବିଷୟ ହୋଇଛି। ରେଳ ମନ୍ତ୍ରଣାଳୟ ଦ୍ୱାରା ଜାରି ଆର୍ଟିଆଇ ତଥ୍ୟରୁ ଜଣାପଡିଛି ଯେ, ଗତ ୧୦ ବର୍ଷ ମଧ୍ୟରେ ଟ୍ରେନ ଯାତ୍ରୀମାନେ ସେମାନଙ୍କ ସାମଗ୍ରୀ ଚୋରି ହେବା ନେଇ ୧.୭୧ ଲକ୍ଷ ମାମଲା ଦାଏର କରିଛନ୍ତି। ରେଳଓ୍ବେର ସୁରକ୍ଷା ବ୍ୟବସ୍ଥା ଢ଼ିଲା ଥିବା ଉକ୍ତ ତଥ୍ୟ କହୁଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଗତ ଏକ ଦଶନ୍ଧି ଭିତରେ ୨୦୧୮ରେ ସର୍ବାଧିକ ୩୬,୫୮୪ ଚୋରି ମାମଲା ଦାଏର ହୋଇଥିଲା। ୨୦୧୭ରେ ଏହା ୩୩,୦୪୪, ୨୦୧୬ରେ ୨୨,୧୦୬, ୨୦୧୫ରେ ୧୯,୨୧୫ ମାମଲା ଦାଏର କରାଯାଇଛି। ଏଭଳି ଭାବେ ୨୦୧୪ରେ ୧୪,୩୦୧, ୨୦୧୩ରେ ୧୨,୨୬୧, ୨୦୧୨ରେ ୯,୨୯୨, ୨୦୧୧ରେ ୯୬୫୩, ୨୦୧୦ରେ ୭୫୪୯ ଏବଂ ୨୦୦୯ରେ ୭୦୧୦ ମାମଲା ଦାଏର ହୋଇଥିଲା। ୨୦୦୯ରୁ ୨୦୧୮ ମଧ୍ୟରେ ଟ୍ରେନରେ ଚୋରି ମାମଲା ୫ଗୁଣା ବଢ଼ିଛି। ମୋଟ୍ରେ ଦେଖିଲେ ଏହି ଅବଧିରେ ୧,୭୧,୦୧୫ ଚୋରି ମାମଲା ଦାଏର ହୋଇଛି। ରେଳଯାତ୍ରୀମାନେ ବିଭିନ୍ନ ସମୟରେ ସୁରକ୍ଷାକୁ ନେଇ ସୋସିଆଲ ମିଡିଆରେ ପ୍ରଶ୍ନ କରୁଥିବା ବେଳେ ଏଥିପ୍ରତି ଦୃଷ୍ଟି ଦିଆଯାଉ ନ ଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି।
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍
ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…
ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ
ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…
ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ
ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…
ପିଏମ୍ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…
ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…
ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…
ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…
ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….
ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…
Archives

