ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା: ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୭।୨-ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ୧୯ ଦିନ ତଳେ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ସେତେବେଳେ ରେଲଓ୍ବେ ପୋଲିସ ହାଲ୍‌କା ଭାବେ ନେଇ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏହି ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଛାତ୍ରୀ ଜଣଙ୍କ ରହୁଥିବା ମେସ୍‌ରେ ଜଣେ ଯୁବକଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ହୋଇଛି। ପୋଲିସ ଏ ସମ୍ପର୍କରେ ଜାଣିବା ପରେ ମଧ୍ୟ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ କରୁନାହିଁ ବୋଲି ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ଅଭିଯୋଗ କରିଛନ୍ତି। ଗୁରୁବାର ଜାତୀୟ ମାନବାଧିକାର ସଂଘ ଓ ଶୁକ୍ରବାର ନାରୀ ସୁରକ୍ଷା ମଞ୍ଚ ପକ୍ଷରୁ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଭାଇରାଲ ହୋଇଥିବା ଭିଡିଓର ସତ୍ୟାସତ୍ୟ ତଦନ୍ତ ପରିସରଭୁକ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ସୂଚନାଥାଉ କି, ମୃତା ଛାତ୍ରୀଙ୍କ ଘର ଗଞ୍ଜାମ ଜିଲାରେ ହୋଇଥିବାବେଳେ ସେ ବାସୁଦେବପୁର ଅଞ୍ଚଳରେ ରହି ଯୁକ୍ତ ୩ରେ ପାଠ ପଢ଼ି ଆସୁଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ମହିଳାଙ୍କ ସ୍ବାର୍ଥ ଅଧିକାର ପାଇଁ ଲଢୁଥିବା ନାରୀ ସମାଜ ବାଧ୍ୟହୋଇ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବ ଓ ଭବିଷ୍ୟତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ପୋଲିସ ପ୍ରଶାସନ ଦାୟୀ ରହିବ ବୋଲି ନାରୀ ସୁରକ୍ଷା ମଞ୍ଚର ରାଜଲକ୍ଷ୍ମୀ ମହାପାତ୍ର, ଚୈତାଳି ଖିଲାର ଓ ଲିପିକା ବାରିକ ପ୍ରମୁଖ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ବୁଧବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri