ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ ସଫଳତା ପାଇଛି। ପୂର୍ବ ଅପେକ୍ଷା ଏବେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କ ବହୁମାତ୍ରାରେ ହ୍ରାସ ପାଇଛି ବୋଲି ପୂର୍ବତଟ ରେଳପଥ କହିଛି । ୨୦୧୯ ଜୁନରୁ ସେପ୍ଟେମ୍ବର ମଧ୍ୟରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବୁଲା ବିକାଳି ସଂଖ୍ୟା ୧୪୫୧କୁ ହ୍ରାସ ପାଇଛି । ଗତ ୨୦୧୮ ଏହି ସମୟ ମଧ୍ୟରେ ୪୭୪୨ ଥିବାବେଳେ ୨୦୧୭ ମସିହାରେ ଏହା ୫୨୫୦ ଥିଲା। ଯାତ୍ରୀଙ୍କ ସ୍ବାସ୍ଥ୍ୟ, ସୁରକ୍ଷା, ନିରାପତ୍ତା ଓ ସ୍ବଚ୍ଛତା ପ୍ରତି ଧ୍ୟାନଦେଇ ଗୁଣାତ୍ମକ ଯାତ୍ରାର ଉପଲବ୍ଧ କରାଇବା ପାଇଁ ଏହି ଅଭିଯାନକୁ ଦୃଢତାର ସହ ଗ୍ରହଣ କରିଛି। ପୂଜା ଛୁଟି ପରେ ବୁଲାବିକାଳି କାର୍ଯ୍ୟକଳାପ ବୃଦ୍ଧିପାଇବା ଆଶଙ୍କା କରି କାର୍ଯ୍ୟ ବଳକୁ ସତର୍କ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଉଭୟ ବାଣିଜି୍ୟକ ଓ ରେଳ ସୁରକ୍ଷା ବଳକୁ ରେଳପଥ ନିର୍ଦ୍ଦେଶ ଦେଇଛି । ପୂର୍ବତଟ ରେଳପଥର ପ୍ରମୁଖ ସୁରକ୍ଷା ଆୟୁକ୍ତ ରାଜା ରାମଙ୍କ ନେତୃତ୍ୱରେ ଏହି କାର୍ଯ୍ୟାନୁଷ୍ଠାନକୁ ବ୍ୟାପକ କରାଯାଉଛି। ଅଣସ୍ବୀକୃତିପ୍ରାପ୍ତ ଫେରିବାଲା କାର୍ଯ୍ୟକଳାପ କିମ୍ବା ଯାତ୍ରୀମାନଙ୍କର ସୁରକ୍ଷା ସମ୍ବନ୍ଧୀୟ ସମସ୍ୟା ଉପୁଜିଲେ ସୁରକ୍ଷା ହେଲ୍ପଲାଇନ ୧୮୨ କୁ ଜଣାପାରିବେ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri