ଛେଣ୍ଡିପଦା,୧।୫ (ସ୍ବ.ପ୍ର.):ଓଡିସି ଟ୍ରାନ୍ସପୋର୍ଟ କମ୍ପାନୀର ଏକ ଟ୍ରେଲର ବିଦ୍ୟୁତ୍ ତାରରେ ଲାଗିଯିବାରୁ ସୋମବାର ବିଳମ୍ବିତ ରାତିରେ ଛେଣ୍ଡିପଦା ବଜାରରେ ଥିବା ୩୦ରୁ ଊର୍ଦ୍ଧ୍ୱ ଦୋକାନର ବିଦ୍ୟୁତ୍ ତାର ଛିଣ୍ଡିଯିବା ସହ ବୈଦ୍ୟୁତିକ ଉପକରଣ ସବୁ ପୋଡ଼ିଯାଇଛି। ଘଟଣାରୁ ଜଣାପଡିଛି, ଏହି ଟ୍ରେଲର(ନଂ. ଆରଜେ୦୧ଜିଏ-୮୮୦୦) ଓ ଟ୍ରଲି (ନଂ. ଏଚଆର୫୫ଡବ୍ଲୁ-୩୦୯୯)କୁ ଛେଣ୍ଡିପଦା ପୋଲିସ ଓ ଓଡିସି ଟ୍ରାନ୍ସପୋର୍ଟର କର୍ମଚାରୀମାନେ ବଜାର ପାର କରାଉଥିବାବେଳେ ଉକ୍ତ ଗାଡି ଟଣାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଯାଇଥିଲା। ଫଳରେ ଛେଣ୍ଡିପଦା ବଜାରର ବହୁ ଦୋକାନର ବିଦ୍ୟୁତ୍ ତାର ଛିଣ୍ଡିଯାଇଥିବା ବ୍ୟବସାୟୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ସମ୍ପୃକ୍ତ ବ୍ୟବସାୟୀମାନେ କ୍ଷତିପୂରଣ ଦେବାକୁ ଦାବି କରିବା ସହିତ ଉକ୍ତ ଗାଡିକୁ ଅଟକ ରଖିଥିଲେ। ଉପସ୍ଥିତ ଥିବା କର୍ମଚାରୀମାନେ ଏହାର ସମାଧାନ ସକାଳ ୧୦ଟା ସୁଦ୍ଧା କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ଉତ୍ତେଜନା ଥମିଥିଲା। ତେବେ ପ୍ରତିଶ୍ରୁତି ପୂରଣ ନ ହେବାରୁ ବଜାର କମିଟି ତରଫରୁ ଟ୍ରାନ୍ସପୋର୍ଟ କମ୍ପାନୀ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରାଯାଇଛି।
Posted inଆମ ଜିଲା ଖବର View All
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…
ଘରେ କରୁଥିଲେ କାମ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…
Archives

