Posted inଜାତୀୟ

ଠକଙ୍କ ତାଲିକାରେ ସନ୍ଦେସରା ବ୍ରଦର୍ସ: ବିଭିନ୍ନ ବ୍ୟାଙ୍କରୁ ଠକି ନେଇଛନ୍ତି ୧୫ ହଜାର କୋଟି

ନୂଆଦିଲ୍ଲୀ,୨୯।୬: ଏବେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଠକେଇ ତୁଳନାରେ ଅଧିକ ଟଙ୍କାର ଠକେଇ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ସନ୍ଦେସରା ବ୍ରଦର୍ସଙ୍କ ଦ୍ୱାରା ଆନ୍ଧ୍ରବ୍ୟାଙ୍କ ସମେତ ଦେଶର ଅନ୍ୟ କେତେକ ବ୍ୟାଙ୍କରୁ ୧୪ ହଜାର ୫ଶହ କୋଟିରୁ ଅଧିକ ଟଙ୍କାର ଠକେଇ କରାଯାଇଥିବା ସୂଚନା ଦେଇଛନ୍ତି ଇଡି। ଏବେ ସନ୍ଦେସରା ବ୍ରଦର୍ସଙ୍କ ଲାଗି ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଥିବା କୁହାଯାଉଛି। ଷ୍ଟ୍ରଲିଂ ବାୟୋଟେକ୍‌ ଲିମିଟେଡ୍‌, ସନ୍ଦେସରା ଗ୍ରୁପ୍‌ ଏବଂ ପ୍ରମୋଟର ନୀତିନ୍‌ ସନ୍ଦେସରା,ଚେତନ ସନ୍ଦେସରା ଏବଂ ଦୀପ୍ତି ସନ୍ଦେସରା ଏଭଳି ଠକାମି କରିଥିବା କୁହାଯାଉଛି। ସନ୍ଦେସରା ବ୍ରଦର୍ସ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ପରାମର୍ଶଦାତା ଅହମ୍ମଦ୍‌ ପଟେଲ୍‌ଙ୍କର ଘନିଷ୍ଠ ବୋଲି କୁହାଯାଉଛି। ତାଙ୍କ ପୁଅ ଫୈଜଲ ପଟେଲ ଏବଂ ଜ୍ୱାଇଁ ଇରଫାନ୍‌ ସିଦ୍ଧିକ୍‌ ଷ୍ଟ୍ରଲିଂ ବାୟୋଟେକ୍‌ ଲିମିଟେଡ୍‌ ସହିତ ଜଡ଼ିତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri