ଠାକୁରଗଡ଼ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ : ଡାକ୍ତର ନିଯୁକ୍ତି ପାଇଁ ବିଧାୟକଙ୍କୁ ଦାବିପତ୍ର

ବଇଣ୍ଡା,୧୫।୬(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଘୋର ସମସ୍ୟା ଦେଇ ଗତି କରୁଛି। ଡାକ୍ତର ପଦବୀ ଖାଲି ପଡ଼ିଥିବା ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଏକ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି କରିବା ସହ ଏକ ୧୦୮ ଆମ୍ବୁଲାନ୍ସ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିବା ପାଇଁ ଠାକୁରଗଡ଼ ଗ୍ରାମବାସୀ ଦାବି କରିଛନ୍ତି। ବୁଧବାର ଏ ନେଇ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କୁ ତାଙ୍କ ବାସଭବନଠାରେ ଗ୍ରାମର ଏକ ପ୍ରତିନିଧି ଦଳ ପହଞ୍ଚି ଦାବିପତ୍ର ପ୍ରଦାନ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, କିଛି ମାସ ହେବ ଠାକୁରଗଡ଼ ସ୍ବାସ୍ଥ୍ୟକେନ୍ଦ୍ରରେ ଏମ୍‌ବିବିଏସ ଡାକ୍ତର ପଦବୀ ଖାଲି ପଡ଼ିଥିବାବେଳେ ସାଧାରଣ ଲୋକ ସ୍ବାସ୍ଥ୍ୟସେବା ପାଇ ପାରୁନାହାନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଆମ୍ବଶରମୁଣ୍ଡା, ଠାକୁରଗଡ଼, ମଇମୁରା, କନ୍ତପଡ଼ା, କୁର୍ତ୍ତିବାସପୁର, କୁରୁମଟାପ, ସାନହୁଲା ଆଦି ୭ଟି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଚିକିତ୍ସା ପାଇଁ ନିର୍ଭର କରୁଛନ୍ତି। ହେଲେ ଡାକ୍ତର ନ ଥିବାବେଳେ ସ୍ବାସ୍ଥ୍ୟସେବା ମିଳିପାରୁ ନାହିଁ। ଏହି ଅଞ୍ଚଳ ଘଞ୍ଚ ଜଙ୍ଗଲ ଅଞ୍ଚଳ ହୋଇଥିବାବେଳେ ଅନେକ ବ୍ୟକ୍ତି ମ୍ୟାଲେରିଆ ଜ୍ୱରରେ ଆକ୍ରାନ୍ତ ହେଉଛନ୍ତି। ଫଳରେ ୧୭ କିମି ଦୂର ଆଠମଲ୍ଲିକ ଉପଖଣ୍ଡ ନଚେତ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ଗରିବ ଶ୍ରେଣୀର ଲୋକ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ସେମାନଙ୍କୁ ସଠିକ୍‌ ଭାବେ ମାଗଣା ଔଷଧ ମିଳିନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଲାଗି ରହିଥିବା ସମସ୍ୟା ଗୁଡ଼ିକ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଥିଲେ। ସେହିପରି ଏଥିପ୍ରତି ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସମସ୍ୟା ସମାଧାନ କରାଯିବ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri