ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ  ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି। ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଚଢାଉ କରାଯାଉ  ଥିବା ଯୋଗୁ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଫଳରେ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ଅଭିଯୋଗ ମୁତାବକ, ଏହି ଥାନା ଅଞ୍ଚଳରେଦେଶୀ ଓ ବିଦେଶୀ ମଦ ଦୋକାନ ରହିଛି। ମଦ ବ୍ୟବସାୟ ବୃଦ୍ଧି କରିବା ପାଇଁ ଉଭୟ ମଦ ଦୋକାନୀର କର୍ମଚାରୀମାନେ ବାଇକ ଯୋଗେ ଗ୍ରାମାଞ୍ଚଳରେ ଥିବା ପାନ ଓ ତେଜରାତି ଦୋକାନକୁ ଚାଲାଣ କରୁଛନ୍ତି। ଗ୍ରାମାଞ୍ଚଳ ଦୋକାନୀମାନେ ମଦ ବ୍ୟବସାୟରେ ଭଲ ଦୁଇ ପଇସା ଲାଭ କରିଥିବା ଯୋଗୁ ପ୍ରିଂଜ ରଖି ଏହି ବ୍ୟବସାୟ ନିର୍ଭୟରେ କରୁଛନ୍ତି। ଏପରିକି ସା ସମୟରେ ଯୁବକମାନେ ମଦ୍ୟପାନ କରି ଗାଁରେ ଗଣ୍ଡଗୋଳ ସୃଷ୍ଟି କରୁଛନ୍ତି। ଏ ନେଇ ବାରମ୍ବାର ପୋଲିସ ଓ ଅବକାରୀ ବିଭାଗକୁ ଅଭିଯୋଗ କଲେ ମଧ୍ୟ ଚଢାଉ ହେଉ ନ ଥିବା ପାଇକସାହି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ ଠାକୁରଗଡ଼ ଥାନା ଆଇଆଇସି ଗବାକ୍ଷ କହିଛନ୍ତି, ଚୋରା ମଦକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଚଢାଉ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri