ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ

ଗୋପ,୬।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସ୍ଥାନୀୟ ଲୋକେ ୨ ଦୁର୍ବୃତ୍ତଙ୍କୁ ଧରି ନିର୍ଧୁମ ଛେଚିବା ସହ ସେମାନଙ୍କ ଏକ ସ୍କୁଟିକୁ ଜାଳି ଦେଇଛନ୍ତି। ପୋଲିସ ପହଞ୍ଚିବାରେ ବିଳମ୍ବ ହେବାରୁ ପୋଲିସ ସହ ଉତ୍ତ୍ୟକ୍ତ ଲୋକଙ୍କ ଠେଲାପେଲା ହୋଇଥିବା ଜଣାପଡ଼ିଛି। ପରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ୨ ଅଭିଯୁକ୍ତ ପିଣ୍ଟୁ ସାହୁ ଓ ମୁନା ପ୍ରଧାନ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଉମାକାନ୍ତଙ୍କୁ ୨୦ ଲକ୍ଷ ଟଙ୍କା ଦାଦାବାଟି ମଗାଯାଇଥିଲା। ସେ ଏହି ଟଙ୍କା ନ ଦେବାରୁ ତାଙ୍କୁ ଗୁଳିମାଡ଼ କରାଯାଇଛି। ପିଣ୍ଟୁ ଓ ମୁନାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri