ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ

ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର ରାତିରେ ଗିରଫ କରିଛି । ସେମାନେ ହେଲେ ରାଜି ଓରଫ ରାଜେନ୍ଦ୍ର ଗୌଡ଼ (୩୭), ଶକ୍ତି ଦେ ଓରଫ ଦବଲ ଗୌଡ଼ (୨୮) ଓ ଜିତୁ ଓରଫ ଜିତେନ୍ଦ୍ର ଗୌଡ଼ (୧୯)। ପୋଲିସ ରାଜିଙ୍କ ନିକଟରୁ ୨ଟି ବୋମା ଜବତ କରିଛି। ମାମଲା ନଂ. ୧୦୦/୧୯ରେ ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି କହିଛନ୍ତି । ରାଜିଙ୍କ ନଁାରେ ହତ୍ୟା,ଡକାୟତି ଭଳି ୮ରୁ ଊର୍ଦ୍ଧ୍ୱ ସଙ୍ଗିନ ମାମଲା ରହିଥିବା ପ୍ରଶାନ୍ତ ଭୂପତି କହିଛନ୍ତି।
ଯେ, ପୁରୁଣା ବ୍ରହ୍ମପୁର ଆଇନାବନ୍ଧ ସାହିରେ ଠିକାଦାର କୈଳାସ ଚନ୍ଦ୍ର ଗୌଡ଼ ପରିବାର ସହ ରହୁଛନ୍ତି । ରାଜି ତାଙ୍କୁ ଦାଦାବଟି ମାଗି ଆସୁଥିଲେ। ସେ ଦେବାକୁ ମନାକରି ଦେଇଥିଲେ।
ଗତ ୧୩ ତାରିଖ ବିଳମ୍ବିତ ରାତିରେ କୈଳାସଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା । ଘର ଭିତରେ ଶୋଇଥିବା କୈଳାସ ଓ ତାଙ୍କ ପରିବାର ବୋମା ଶବ୍ଦ ଶୁଣି ଭୟଭୀତ ହୋଇ ପଡିଥିଲେ। ପରେ ରାଜି ଠିକାଦାରଙ୍କ ଘରେ ପଶି ତାଙ୍କ ବୃଦ୍ଧା ମା’ଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଏନେଇ ଠିକାଦାର ଗତ ୧୪ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ରାଜି ଓ ତାଙ୍କ ଅନ୍ୟ ୨ ସହଯୋଗୀଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri