ଠିକାଦାରଙ୍କ ଘରୁ ୧୫ଭରି ଗହଣା, ୩ଲକ୍ଷ ଟଙ୍କା ଚୋରି

ବ୍ରହ୍ମପୁର ଅଫିସ,୨୧।୬(ଡି.ଏନ୍‌.ଏ.)- ବୈଦ୍ୟନାଥପୁର ଥାନା ଅନନ୍ତନଗରରେ ଶୁକ୍ରବାର ରାତିରେ ଜଣେ ଠିକାଦାରଙ୍କ ଘରୁ ଚୋରି ହୋଇଛି। ଠିକାଦାର କେ. ଦୀପସାଗର ସନ୍ଧ୍ୟାରେ ସ୍ତ୍ରୀଙ୍କ ସହ ଶାଳକଙ୍କ ଘରକୁ ଯାଇଥିଲେ। ସେଠାରେ ରାତ୍ରଭୋଜନ ସାରି ପ୍ରାୟ ୧୦ଟାରେ ଘରକୁ ଫେରିଥିଲେ। ଗ୍ରୀଲ୍‌ ଖୋଲି ଘରେ ପଶିବା ପରେ ଆଲ୍‌ମିରା ଖୋଲାଥିବା ଦେଖିବାକୁ ପାଇଥିଲେ। ସେଥିରେ ଥିବା ଜିନିଷପତ୍ର ଫିଙ୍ଗାଫୋପଡା ହୋଇଥିବାବେଳେ ଆଲମିରାରେ ଥିବା ୩ଲକ୍ଷ ଟଙ୍କା ଓ ୧୫ଭରି ସୁନାଗହଣା ଲୁଟ୍‌ ହୋଇଥିବା ଜାଣିବାକୁ ପାଇଥିଲେ। ଠିକାଦାରଙ୍କ ଶାଳକ ପୋଲିସରେ କାମ କରୁଥିବାବେଳେ ତାଙ୍କୁ ଖବର ଦେବା ସହ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇଥିବା ବିଏନ୍‌ପୁର ଥାନା ଅଧିକାରୀ ସାରଦା ପ୍ରସାଦ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri