ଠିକାଦାର ମହାସଂଘର ଆମରଣ ଅନଶନ ଆରମ୍ଭ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ସୋମବାରଠାରୁ ଆମରଣ ଅନଶନ ଆରମ୍ଭ ହୋଇଛି। ରାଜ୍ୟର ୫ ହଜାରରୁ ଊର୍ଦ୍ଧ୍ୱ ଠିକାଦାର ବିଧାନସଭା ଘେରାଉ କରିବା ସହ ୧୦ ଦଫା ଦାବି ନେଇ ଧାରଣାରେ ବସିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଧାରଣା ଓ ଆମରଣ ଅନଶନ ଜାରି ରହିବ ବୋଲି ମହାସଂଘ ସଭାପତି ପ୍ରଭାତ ଦାସ କହିଛନ୍ତି। ପ୍ରଭାତ କହିଛନ୍ତି, ରାଜ୍ୟ ସରକାର ଠିକାଦାରଙ୍କ ପ୍ରତି ବୈମାତୃକ ମନୋଭାବ ରଖୁଛନ୍ତି। ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ ବେତନ ଓ ଭତ୍ତାରେ ୫ବର୍ଷରେ ୮୦ ପ୍ରତିଶତ ବଢ଼ିଥିଲେ ମଧ୍ୟ ଠିକାଦାର ବାଦ ପଡ଼ିଛନ୍ତି। ନିର୍ଦ୍ଧାରିତ ମୂଲ୍ୟଠାରୁ ୧୦ ପ୍ରତିଶତ କମ୍‌ରେ କାମ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଏହା ଠିକାଦାର ଓ ସେମାନଙ୍କ ଅଧୀନରେ କାର୍ଯ୍ୟରତ ଦିନ ମଜୁରିଆଙ୍କ ପେଟକୁ ଲାତ ମାରିବା ସଦୃଶ ହୋଇଛି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ମହାସଂଘର ଏକ ପ୍ରତିନିଧି ଦଳ ସନ୍ଧ୍ୟାରେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଭେଟି ଦାବି ନେଇ ଆଲୋଚନା କରିଥିଲେ। କେବଳ ୧୦ ନମ୍ବର ଦାବିକୁ ଦିନେ କିମ୍ବା ଦୁଇଦିନ ମଧ୍ୟରେ ପୂରଣ କରିବାକୁ ପ୍ରତିଶ୍ରୁତି ମିଳିଥିବାବେଳେ ଅନ୍ୟ ଦାବିଗୁଡ଼ିକ ଉପରେ ଏକ କମିଟି ବସାଯାଇ ଆଲୋଚନା କରାଯିବ ବୋଲି କୁହାଯିବା ପରେ ଆନ୍ଦୋଳନ ଜାରି ରଖାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri