ଠିକାଦାର ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ: ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୧୫।୧୧: ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍‌ ହୋଇଛି । ଏ ନେଇ ଗତ ୧ ତାରିଖଠାରୁ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଛି । ଯାହା ଫଳରେ ଉନ୍ନୟନ କାର୍ଯ୍ୟଗୁଡ଼ିକର ନିର୍ମାଣ ଏକ ପ୍ରକାର ଠପ୍‌ ହୋଇଯାଇଛି । ଯଦି ରାଜ୍ୟ ସରକାର ତୁରନ୍ତ ସଂଘର ୧୦ ଦଫା ଦାବି ପୂରଣ ନ କରନ୍ତି, ତେବେ ଆଗକୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।
ଶୁକ୍ରବାର ପୂର୍ବାହ୍ନରେ ସଂଘର ଶତାଧିକ ସଦସ୍ୟ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟଠାରେ ଏକାଠି ହୋଇ ରାଜ୍ୟ ସରକାରଙ୍କ ବିଭିନ୍ନ ନୀତି ବିରୋଧରେ ସ୍ଲୋଗାନ୍‌ ଦେଇଥିଲେ । ଠିକାଦାର ବିରୋଧୀ ବିଭିନ୍ନ ନିୟମକାନୁନ୍‌, ନକାରାମତ୍କ ମନୋଭାବ ଏବଂ ନିଷ୍ପତ୍ତିକୁ ନିନ୍ଦା କରାଯାଇଥିଲା। ପରେ ୧୦ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ । ନିର୍ମାଣ ସାମଗ୍ରୀ ପରିବହନ ସମୟରେ ଅନୁମତି ପତ୍ର ଏବଂ ରୟାଲ୍‌ଟି ରସିଦ ଦାଖଲ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ଏହାକୁ ସଂଘ ତରଫରୁ ବିରୋଧ କରାଯାଉଛି । ଏଭଳି କୌଣସି ବ୍ୟବସ୍ଥା ନ ଥିବା ବେଳେ ରାଜ୍ୟ ସରକାର ତୁରନ୍ତ ନିର୍ଦ୍ଦେଶ ପ୍ରତ୍ୟାହାର କରନ୍ତୁ ବୋଲି ସଂଘ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri