Posted inଜାତୀୟ

ଠିକ୍‌ ସମୟରେ ମୌସୁମୀ: ଚଳିତବର୍ଷ ସ୍ବାଭାବିକ ବର୍ଷା

ନୂଆଦିଲ୍ଲୀ,୧।୬: ସୋମବାର କେରଳରେ ମୌସୁମୀ ପହଞ୍ଚିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବରୁ ଜୁନ୍‌ ୧ରେ ମୌସୁମୀ କେରଳ ଛୁଇଁବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଥିଲା। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦକ୍ଷିଣ ଭାରତରେ ଏବେ ବର୍ଷାର ପଦଧ୍ୱନି ଦେଖିବାକୁ ମିଳିଛି। କେରଳର ବିଭିନ୍ନ ଅଞ୍ଚଳରେ ଆଚ୍ଛାଦିତ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ଏବେ ସୁଦ୍ଧା କୋଝିକୋଡେରେ ୯ ସେଣ୍ଟିମିଟର, ଭଡ଼କରାରେ ୧୫ ସେଣ୍ଟିମିଟର, ତ୍ରିଭେନ୍ଦ୍ରମରେ ୬ ସେଣ୍ଟିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ମେ ୨୮ରେ ସୋମବାର କେରଳରେ ମୌସୁମୀ ପହଞ୍ଚିବ ବୋଲି ଆଇଏମ୍‌ଡି ପକ୍ଷରୁ ଆକଳନ କରାଯାଇଥିଲା। ତାହା ସତ୍ୟ ହୋଇଥିବା ଆଇଏମ୍‌ଡିର ଉପମହାନିର୍ଦ୍ଦେଶକ ଆନନ୍ଦ କୁମାର ଶର୍ମା ପ୍ରକାଶ କରିଛନ୍ତି।
କେରଳରେ ମୌସୁମୀ ପହଞ୍ଚିବା ସହ ବର୍ଷାଦିନର ଆଗମନ ହୋଇଛି। ଏବେ ମୌସୁମୀର ସ୍ଥିତି ଭଲ ଥିବାରୁ ଚଳିତ ବର୍ଷ ସ୍ବାଭାବିକ ବର୍ଷା ହେବାର ସମ୍ଭାବନା ରହିଥିବା ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସେପ୍ଟେମ୍ବର ସୁଦ୍ଧା ଦେଶରେ ବର୍ଷାର ସ୍ଥିତି ଶତ ପ୍ରତିଶତ ରହିବ ବୋଲି ସେ ପ୍ରକାଶ କରିଛନ୍ତି। ଭାରତ ଏକ କୃଷି ପ୍ରଧାନ ଦେଶ ହୋଇଥିବାରୁ ବର୍ଷାର ଆବଶ୍ୟକତା ଏଠାରେ ଯଥେଷ୍ଟ ରହିଛି। ଦେଶରେ ୫୦% କୃଷିକ୍ଷେତ୍ର ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଏ। ଧାନ, ମକା, ତୁଳା, ସୋୟାବିନ୍‌ ଆଦି ଚାଷ ଲାଗି ମୌସୁମୀ ବର୍ଷାର ବେଶ୍‌ ଆବଶ୍ୟକତା ରହିଛି। ୨୦୨୦ ମେ ମାସରେ ସ୍ବାଭାବିକ ବର୍ଷା ଦେଶରେ ହେବ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଥିଲା। ଏବେ କେରଳରେ ମୌସୁମୀ ପହଞ୍ଚିବା ଓ ସ୍ବାଭାବିକ ବର୍ଷାର ସମ୍ଭାବନା ଥିବା ଚାଷୀକୁଳଙ୍କ ମୁହଁରେ ହସ ଆଣିଦେଇଛି। ଏହା କୃଷି ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ସହାୟକ ହେବ ବୋଲି କୁହାଯାଉଛି। ଜୁନ୍‌ ୧୦ ବେଳକୁ ପୂର୍ବ ଭାରତରେ ମୌସୁମୀ ପହଞ୍ଚିବାର ସମ୍ଭାବନା ରହିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri