ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ଗଗନ ନାଇକ(୨୪)। ଗଗନ ନିଜ ଗ୍ରାମଠାରୁ ଅଧାକିଲୋମିଟର ଦୂରରେ ଥିବା ଝରଣା ନାଳକୁ ମାଛ ଧରିବାକୁ ଯାଇଥିବାବେଳେ ତାଙ୍କ ଉପରେ ଅତର୍କିତ ଆକ୍ରମଣ ହୋଇଥିଲା। ଆକ୍ରମଣକାରୀ ଜଣକ ତାଙ୍କୁ ଠେଙ୍ଗାରେ ପିଟି ନାଳ ପାଣିକୁ ପୋପାଡି ଦେଇଥିଲେ। ପରିବାର ଲୋକେ ଖବର ପାଇ ନାଳରୁ ତାଙ୍କୁ ଉଦ୍ଧାର କଲା ବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଆସିକା ପୋଲିସ ବଣବାଲି ଗ୍ରାମରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲକୁ ଆଣିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୋଗରେ ଗଗନର ଜଣେ ସମ୍ପର୍କୀୟ ଭାଇଙ୍କୁ ପୋଲିସ ଅଟକ ରଖିଛି। ପାରିବାରିକ କାରଣକୁ ନେଇ ରହିଥିବା ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଖବର ଲେଖାହେବା ସୁଦ୍ଧା ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?