ଠେଙ୍ଗା ଧରି ଗାଁ ମୁଣ୍ଡରେ ପହରା

କେନ୍ଦ୍ରାପଡା ଅଫିସ, ୨୮ା୩: କେନ୍ଦ୍ରାପଡା ଜିଲାର ବହୁ ପାଣି ପାଇପ୍‌ ମିସ୍ତ୍ରି ଦେଶବିଦେଶରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବିଦେଶରୁ ୫୦୮ ଓ ରାଜ୍ୟ ବାହାରୁ ୫୭୪୯ ଜଣ ଘରକୁ ଫେରିଛନ୍ତି। ବିଦେଶାଗତ ଏହି ଲୋକମାନେ ଗ୍ରାମରେ ବୁଲାବୁଲି କରୁଥିବା ଅଭିଯୋଗ ଆସିବା ପରେ ପଟ୍ଟାମୁଣ୍ଡାଇ ବ୍ଲକ ଗୁଣୁପୁର ଗ୍ରାମରେ ଅଭିନବ ଢ଼ଙ୍ଗରେ ତାଲାବନ୍ଦକୁ ସମର୍ଥନ ଦେଇଛନ୍ତି। ଗାଁ ଲୋକେ ଗ୍ରାମର ପ୍ରବେଶ ପଥରେ ବାଉଁଶର ଆଡା ଦେଇଛନ୍ତି। କେତେକ ଯୁବକ ମୁହଁରେ ଗାମୁଛା ବାନ୍ଧି ହାତରେ ଠେଙ୍ଗା ଧରି ପହରା ଦେଉଛନ୍ତି। ଆମ ଗାଁକୁ କରୋନା ମନା ବୋଲି ପ୍ଲାକାର୍ଡ ଲଗାଇ ସଚେତନତା କରୁଛନ୍ତି। ସୂଚନାଯୋଗ୍ୟ ଯେ, କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଘରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଆଳୁ ଗୋଦାମ ଉପରେ ଚଢ଼ାଉ
କେନ୍ଦ୍ରାପଡା ଜିଲାରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟବସାୟ ବ୍ୟତୀତ ଅନ୍ୟ କୌଣସି ବ୍ୟବସାୟିକ ପ୍ରତିଷ୍ଠାନ ଖୋଲାନାହିଁ। ତେବେ ଏହାର ସୁଯୋଗ ନେଉଛନ୍ତି କିଛି ଅସାଧୁ ବ୍ୟବସାୟୀ। ସେମାନେ ଅତ୍ୟାବଶ୍ୟକ ସାମଗ୍ରୀକୁ ଉଚ୍ଚା ମୂଲ୍ୟରେ ବିକ୍ରୟ କରିବା ସହ ମହଜୁଦ ରଖୁଛନ୍ତି। ଏପରି ଅଭିଯୋଗ ଆସିବା ପରେ ଜିଲା ପ୍ରଶାସନ ଶୁକ୍ରବାର ପୂର୍ବାହ୍ନରେ ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟ ଏକ ଆଳୁ ଗୋଦାମ ଉପରେ ଚଢ଼ାଉ କରିଥିଲେ। ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ରଙ୍କ ନିର୍ଦ୍ଦେଶରେ ଜଣେ ବ୍ୟବସାୟୀଙ୍କୁ ଟାଉନ ପୋଲିସ ଉଠାଇନେଇଥିଲା। ପରେ ଉଚ୍ଚା ମୂଲ୍ୟରେ ସାମଗ୍ରୀ ନ ବିକିବା ପାଇଁ ତାଗିଦ କରି ଛାଡି ଦେଇଥିବା ଜିଲା ଯୋଗାଣ ଅଧିକାରୀ ରଜନୀକାନ୍ତ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri