ଡକାୟତି ଉଦ୍ୟମ ବେଳେ ୬ ଗିରଫ

ଚଣ୍ଡିଖୋଲ,୨୧।୧୧ (ଡି.ଏନ.ଏ): ଯାଜପୁର ଜିଲା ଚଣ୍ଡିଖୋଲ ଛକ ନିକଟରେ ଥିବା ଏକ ଆପାର୍ଟମେଣ୍ଟଠାରେ ମଙ୍ଗଳବାର ରାତିରେ ୬ଜଣ ଯୁବକ ଡକାୟତି ଯୋଜନା କରୁଥିଲେ। ଏହି ସମୟରେ ପୋଲିସ ଘଟଣାସ୍ଥଳରେ ଚଢାଉ କରି ମଙ୍ଗଳବାର ରାତିରେ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଢେଙ୍କାନାଳ ଜିଲା ନିହଲପ୍ରସାଦ ଗ୍ରାମର ସ୍ବରୂପ ସାହୁ, ବାଲିଚନ୍ଦ୍ରପୁର ଥାନା ଗୋବଣ୍ଡିଆ ଗା୍ରମର ସୁବୋଧ ନାୟକ, ସଦରଥାନା ଅଧୀନ ସାନବାଙ୍କ ସାହି ଗ୍ରାମର କେଦାରନାଥ ପଣ୍ଡା, ବଡଚଣା ଥାନା ନିଶିମଳା ଗ୍ରାମର ଦିବ୍ୟରଞ୍ଜନ ଜେନା, ବଡଚଣା ଥାନା ନୂଆସୁଙ୍ଗୁଡା ଗ୍ରାମର ରଶ୍ମିରଞ୍ଜନ ମାହାଲା, ମାହାଙ୍ଗା ଥାନା ଅଧୀନ ମୂଳବସନ୍ତ ମିର୍ଜାପୁର ଗ୍ରାମର ବିକ୍ରମ ସିଂହ। ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ, ୭ଟି ହାତ ବୋମା, ଗୋଟିଏ ଭୁଜାଲି ଏବଂ ଗୋଟିଏ ଖଣ୍ଡା ସହିତ ୩ଟି ବାଇକ ପୋଲିସ ଜବତ କରିଛି।
ପ୍ରକାଶ ଯେ, ବଡଚଣା ଥାନା ଚଣ୍ଡିଖୋଲ ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ୬ ଜଣ ଡକାୟତ ଏକ ବଡ ଧରଣର ଡକାୟତି ପାଇଁ ଯୋଜନା କରୁଥିଲେ। ଖବର ପାଇ ଚଣ୍ଡିଖୋଲ ଫାଣ୍ଡି ଏଏସଆଇ ସଞ୍ଜୀବ କୁମାର ଥାଟୋଇ ବଡଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ସୂଚନା ଦେଇଥିଲେ। ବଡଚଣା ଥାନା ପୋଲିସ ଓ ଚଣ୍ଡିଖୋଲ ଫାଣ୍ଡି ପୋଲିସର ମିଳିତ ଚଢାଉ ଫଳରେ ୬ଜଣଙ୍କୁ ଧରିବାରେ ପୋଲିସ ସଫଳ ହୋଇଥିଲା। ସେମାନଙ୍କୁ ପୋଲିସ କେସ (ନଂ ୨୪୫/୧୯)ରେ ଗିରଫ କରିବା ସହ ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ, ୭ଟି ହାତ ବୋମା, ଗୋଟିଏ ଭୁଜାଲି ଏବଂ ଗୋଟିଏ ଖଣ୍ଡା ସହିତ ୩ଟି ବାଇକ୍‌ ଜବତ କରିଥିଲା। ସେମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି। ଅଭିଯୁକ୍ତ ଦିବ୍ୟରଞ୍ଜନ, ରସ୍ମିରଞ୍ଜନ ଓ ବିକ୍ରମଙ୍କ ନାମରେ ବିଭିନ୍ନ ଥାନାରେ ବହୁ ମାମଲା ରହିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri