ଡକାୟତି ଯୋଜନା ବେଳେ ୮ ଗିରଫ

ତାଳଚେର,୧ା୧୨(ନି.ପ୍ର.)- କଲିୟାରୀ ପୋଲିସ ଡକାୟତି ଯୋଜନା କରୁଥିବା ୮ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁର୍ବୃତ୍ତମାନେ ହେଲେ ସମଲ ଚନ୍ଦ୍ରବିଲ ଗ୍ରାମର ଦିପୁ ଓରଫ ଦୀପକ ପ୍ରଧାନ, କଟକ ଦରଘାବଜାରର ଏମ୍‌ଡି ଇଞ୍ଜେମାନ, ସେଣ୍ଟ୍ରାଲ କଲେନୀର ନିପୁ ନାଏକ, ଦରଘାବଜାରର ଏସ୍‌.କେ. ଜାହିର, ଚାଳଗଡର ସାହିଲ ନାଏକ, ଦେଉଳବେଡ଼ା କଲୋନୀର ଆଶୁତୋଷ ବାରିକ, ବଲଣ୍ଡାର ଏମା ବହାଦର ଥାପା ଓ ହିନ୍ଦୋଳ କୁରୁମିଡାର କାହ୍ନୁଚରଣ ବେହେରା। ଏମାନଙ୍କ ଠାରୁ ପୋଲିସ ୨ଟି ପିସ୍ତଲ, ୧୦ ଜୀବନ୍ତ ଗୁଳି, ଗୋଟିଏ ବୋଲେରୋ, ୩ ବାଇକ୍‌, ୭ ମୋବାଇଲ ଜବତ କରିଛି। ଶନିବାର ରାତିରେ ସମ୍ପୃକ୍ତ ୮ ଜଣ ବଳରାମ କୋଇଲା ଖଣି ଅଞ୍ଚଳରେ ଏକତ୍ରିତ ହୋଇ ଡକାୟତି ପ୍ରସ୍ତୁତି ଚଳାଇଥିଲେ। ଖବରପାଇ କଲିୟାରୀ ଆଇଆଇସି ସବ୍ୟସାଚୀ ରାଉତ ଓ ଟିମ୍‌ ଘଟଣାସ୍ଥଳରେ ଚଢାଉ କରି ୮ଜଣଙ୍କୁ ଗିରଫ କରିଥିଲେ। ଏ ସଂକ୍ରାନ୍ତରେ କଲିୟାରୀ ଥାନାରେ ନଂ. ୪୧୮/୧୯ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଦୁର୍ବୃତ୍ତମାନଙ୍କ ନାମରେ ତାଳଚେର ଓ କଲିୟାରୀ ଥାନାରେ ଏକାଧିକ ମାମଲା ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri