ଡକାୟତ ଧରୁନି ପୋଲିସ, ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୧-ରାଇକିଆ ଥାନା ଅନ୍ତର୍ଗତ କରଡା ଗ୍ରାମର ହନୁମାନ ମନ୍ଦିର ପୂଜକଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜାଣିଶୁଣି ଡକାୟତଙ୍କୁ ଧରୁନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରି ଛାଡି ଦେଇଛି। ଯେଉଁ ପୋଲିସ ଅଧିକାରୀ ଏଥିରେ ସମ୍ପୃକ୍ତ ଅଛନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଓ ଡକାୟତଙ୍କୁ ଧରିବା ନିମନ୍ତେ ଗ୍ରାମବାସୀ ମଙ୍ଗଳବାର ଏସ୍‌ପିଙ୍କୁ ଭେଟଛନ୍ତି।
କରଡା ଗ୍ରାମସ୍ଥିତ ହନୁମାନ ମନ୍ଦିରରୁ ଗତ ୨୪ ତାରିଖ ରାତିରେ ଡକାୟତି ହୋଇଥିଲା। କେତେଜଣ ଦୁର୍ବୃତ୍ତ ମନ୍ଦିର ପୂଜକଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଟଙ୍କା ଲୁଟି ନେଇଥିଲେ। ଏ ନେଇ ରାଇକିଆ ଥାନାରେ ଅଭିଯୋଗ ହୋଇଥିଲା ା ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସାମିଲ ଥିବା ଗ୍ରାମବାସୀ ପୋଲିସକୁ କହିଥିଲେ ା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପଚରାଉଚୁରା କରି ଛାଡି ଦେଇଛି। ସମ୍ପୃକ୍ତ ଯୁବକ ଜଣକ ଜଣେ ଏଏସ୍‌ଆଇଙ୍କ ଘରେ କାମ କରୁଥିବାରୁ ପୋଲିସ ତାଙ୍କୁ ଛାଡି ଦେଇଛି ା ତୁରନ୍ତ ଘଟଣାର ତଦନ୍ତ କରି ଡକାୟତଙ୍କୁ ଗିରଫ କରିବା ସହ ଏଥିରେ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମର ରାମଚନ୍ଦ୍ର ସାମନ୍ତ, ମୋଚିଆ ପାତ୍ର, ପ୍ରକାଶ ଚନ୍ଦ୍ର ମହାରଣା, ନାରାୟଣ ନାୟକ, ରାମ ବେହେରା, ସୁବାସ ନାୟକ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ରାଇକିଆ ଥାନାଧିକାରୀ ସମୀର କୁମାର ରାଉତଙ୍କୁ ପଚାରିବାରୁ ଯେଉଁମାନେ ଡକାୟତିରେ ସାମିଲ ଅଛନ୍ତି, ସେମାନଙ୍କ ବିରୋଧରେ ପ୍ରମାଣ ଖୋଜା ଚାଲିଛି ା ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri