ଗୋପାଳପୁର,୨୭ା୪- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଫେବୃଆରୀ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ଘଟିଥିଲା।
ଏଥିରେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଜଣେ ନାବାଳିକାଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଇନ୍ଦ୍ରାକ୍ଷୀ ଗ୍ରାମର ପି.ଭାରତୀ ରେଡ୍ଡୀ (୧୩)। ଭାରତୀଙ୍କୁ ମିଶାଇ ମୃତ୍ୟୁସଂଖ୍ୟା ୧୨ରେ ପହଞ୍ଚତ୍ଛି। ଭାରତୀ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଫେବୃଆରୀ ୧୭ରେ ବାମ ହାତ କାନ୍ଧ ପର୍ଯ୍ୟନ୍ତ କାଟି ଅସ୍ତ୍ରୋପଚାର କରାଯାଇଥିଲା। ପର୍ଯ୍ୟାୟକ୍ରମେ ତିନି ଥର ଭାରତୀଙ୍କ ପ୍ଲାଷ୍ଟିକ ସର୍ଜରୀ କରାଯାଇଥିଲା। ଗତ ୩ ଦିନ ତଳେ ପୁଣି ଭାରତୀଙ୍କ ପ୍ଲାଷ୍ଟିକ ସର୍ଜରୀ ପରେ ଅବସ୍ଥା ଗୁରୁତର ହୋଇପଡିଥିଲେ। ରବିବାର ତାଙ୍କର ମୃତ୍ୟୁ ଘଟିଥିଲା। ସୋମବାର ସନ୍ଧ୍ୟାରେ ଭାରତୀଙ୍କ ପରିବାରକୁ ବିଦ୍ୟୁତ୍ ବିଭାଗ ପକ୍ଷରୁ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସୂଚନାଥାଉକି ଗୋଳନ୍ଥରା ଥାନା ଅନ୍ତର୍ଗତ ଡଙ୍କଲପଡୁ ଗ୍ରାମର ୟୁ.ଅଶୋକ ରେଡ୍ଡୀଙ୍କ ନିର୍ବନ୍ଧ ପାଇଁ ବସରେ ଚିକରଡା ଗ୍ରାମ ଯାଉଥିବା ବେଳେ ଡଙ୍କଲପାଡୁ ରାସ୍ତାରେ ଏହି ଅଘଟଣ ଘଟିଥିଲା।
ଡଙ୍କଲପାଡୁ ବସ୍ ଟ୍ରାଜେଡି: ଏସ୍ସିବିରେ ନାବାଳିକାଙ୍କ ମୃତ୍ୟୁ, ୧୨ରେ ପହଚିଂଲା ମୃତ୍ୟୁସଂଖ୍ୟା
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…
ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…
କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍ ଇଣ୍ଡିଆ
କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍ର ପ୍ରଥମ ଦିନ ଦେବଦତ୍ତ…
ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ
ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…
କାନିଜ୍ସା ଓପନ୍ ଚେସ୍ ଟାଇଟଲ ହାସଲ କଲେ ପ୍ରଣେଶ
କାନିଜ୍ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍ ସମ୍ମାନଜନକ କାନିଜ୍ସା ଓପନ ଚେସ୍ ଟାଇଟଲ ହାସଲ…
Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…
ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…
ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ
ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…
ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…
Archives

