ଡଙ୍ଗାବୁଡ଼ି ଜଣେ ନିଖୋଜ ଘଟଣା: ଡ୍ୟାମ୍‌ରୁ ମୃତଦେହ ଉଦ୍ଧାର

ଜୟପୁର,୧୦।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକ ନିକଟସ୍ଥ ଦୁର୍ଲା ଘାଟରେ ଡଙ୍ଗା ବୁଡ଼ି ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ରବିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ଉକ୍ତ ଡ୍ୟାମ୍‌ରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ବଡ଼ଗୁରୁ ପାଙ୍ଗି(୫୦)।
ସୂଚନାନୁଯାୟୀ, ବଡ଼ଗୁରୁ ପାଙ୍ଗ ଶନିବାର ମଧ୍ୟାହ୍ନ ୧୨ଟା ସମୟରେ କୋଲାବ ଜଳଭଣ୍ଡାରକୁ ଯାଇଥିଲେ। ସେଠାରୁ ଏକ ମାଛମରା ଡଙ୍ଗା ସାହାଯ୍ୟରେ କୌଣସି କାମରେ ପରଜା ଖୁଡୁବୀଗ୍ରାମକୁ ଯାଇଥିଲେ। କାମ ସାରି ଅପରାହ୍ନରେ ଗାଁକୁ ଫେରୁଥିବା ବେଳେ ଡଙ୍ଗାରେ ପାଣି ଭର୍ତ୍ତି ହୋଇ ମଝି ନଦୀରେ ବୁଡ଼ି ଯାଇଥିଲା। ଖବର ପାଇ ପରିବାର ଓ ସ୍ଥାନୀୟ ଲୋକମାନେ ମିଶି ଜଳଭଣ୍ଡାରରେ ଖୋଜାଖୋଜି କରିଥିଲେ। ମାତ୍ର ସନ୍ଧ୍ୟା ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ପରେ ଅଗ୍ନିଶମ କର୍ମଚାରୀ ତାଙ୍କୁ ରବିବାର ଡ୍ୟାମ୍‌ରୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri