ଡଙ୍ଗା ଯାତ୍ରୀଙ୍କୁ ମିଳିଲା ଲାଇଫ୍‌ ଜାକେଟ

ପାତ୍ରପୁର,୧ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ବାଘଲଟି ଜଳ ଭଣ୍ଡାର ଦେଇ ଡଙ୍ଗାରେ ଯାତାୟାତ କରୁଥିବା ଜନସାଧାରଣଙ୍କୁ ଶନିବାର ଲାଇଫ୍‌ ଜାକେଟ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବାଘଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ ଦାସ ବର୍ମା ଲୋକଙ୍କୁ ଜାକେଟ ପ୍ରଦାନ କରିଛନ୍ତି। ବାଘଲଟି ଆରପାରିରେ ଥିବା ବଣିଆବସା, ବେହେରାପୁଟୁ, ଏଲଗଲ ଆଦି ଗ୍ରାମର ଜନସାଧାରଣ ଡ଼ଙ୍ଗା ସାହାଯ୍ୟରେ ଯାତାୟାତ କରିଥାନ୍ତି। ସେମାନଙ୍କ ନିକଟରେ ଥିବା ୨ ଡଙ୍ଗା ପାଇଁ ୧୦ ଲେଖାଏ ମୋଟ ୨୦ ଲାଇଫ୍‌ ଜାକେଟ ପ୍ରଦାନ କରାଯାଇଛି। ଏହାକୁ ନେଇ ଆଦିବାସୀମାନେ ଖୁସି ଥିବା ଜଣାପଡ଼ିଛି ା ଗତ କିଛି ଦିନ ପୂର୍ବେ ଡଙ୍ଗାରେ ଯାଉଥିବା ୪ ଜଣ ବର୍ଷା ଓ ଝଡ଼ ହେବା ଫଳରେ ଅଧାରେ ଅଟକି ଯାଇ ଜୀବନ ସହ ସଂଘର୍ଷ କରିଥିଲେ। ତେଣୁ ଏଭଳି ସ୍ଥଳେ ଏହି ଜାକେଟ ବହୁ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri