ଡବ୍ଲ୍ୟୁଏଚ୍‌ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍‌ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ଜାଣି ମଧ୍ୟ ଡବ୍ଲ୍ୟୁଏଚ୍‌ଓ ଏହାକୁ ଲୋକଲୋଚନକୁ ଆଣିବାରେ ବିଳମ୍ବ କରିଥିଲା। ଏହି ସଂସ୍ଥାର ଗୁରୁତର ପରିଚାଳନାଗତ ତ୍ରୁଟି ପାଇଁ କରୋନା ବିଶ୍ୱ ମହାମାରୀର ରୂପ ନେଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିବା ସହ ସହାୟତା ପାଣ୍ଠି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆମେରିକା ପ୍ରତିବର୍ଷ ଡବ୍ଲ୍ୟୁଏଚ୍‌ଓକୁ ୫୦୦ ନିୟୁତ ଡଲାର ସହାୟତା ଯୋଗାଇଆସୁଥିଲା।
ଚାଇନାର ଉହାନ ସହରରେ ପ୍ରଥମେ ନଭେମ୍ବର ମାସରେ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିଲା। ଡବ୍ଲ୍ୟୁଏଚ୍‌ଓ ଚାଇନା ପକ୍ଷ ନେଇ ସଂକ୍ରମଣ ସମ୍ପର୍କରେ ଜାନୁୟାରୀରେ ଘୋଷଣା କରିଥିଲା ବୋଲି ଟ୍ରମ୍ପ୍‌ ଓ ତାଙ୍କର ବରିଷ୍ଠ ଅଧିକାରୀମାନେ ଅଭିଯୋଗ କରିଆସୁଛନ୍ତି। ଏଥିପାଇଁ ବିଶ୍ୱର ସର୍ବବୃହତ ଅର୍ଥବ୍ୟବସ୍ଥା ଆମେରିକା ଏବେ ଅଚଳ ହୋଇପଡ଼ିଛି। ଏଠାରେ ୧,୧୯,୦୦୦ ଲୋକ କୋଭିଡ୍‌-୧୯ରେ ସଂକ୍ରମିତ ହୋଇଥିବାବେଳେ ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି।
ଡବ୍ଲ୍ୟୁଏଚ୍‌ଓକୁ ପାଣ୍ଠି ବନ୍ଦ କରିବା ଲାଗି ଟ୍ରମ୍ପ୍‌ଙ୍କ ନିଷ୍ପତ୍ତିକୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସମାଲୋଚନା କରିଛନ୍ତି। ଏବେ ପାଣ୍ଠି ବନ୍ଦ କରିବା ସମୟ ନୁହେଁ ବୋଲି ସେ କହିଛନ୍ତି। କରୋନା ମହାମାରୀର ମୁକାବିଲା ଲାଗି ସାରା ବିଶ୍ୱ ଏକାଠି ହୋଇଥିବା ବେଳେ ଟ୍ରମ୍ପ୍‌ ଡବ୍ଲ୍ୟୁଏଚ୍‌ଓକୁ ପାଣ୍ଠି ବନ୍ଦ କରିଦେବା ଦୁର୍ଭାଗ୍ୟଜନକ ବୋଲି ବିଶ୍ୱ ନେତାମାନେ କହିଛନ୍ତି। ନିଷ୍ପତ୍ତିକୁ ନେଇ ୟୁରୋପୀୟ ସଂଘ (ଇୟୁ) ମର୍ମାହତ ବୋଲି ଏହାର ବୈଦେଶିକ ନୀତି ମୁଖ୍ୟ ଜୋସେପ୍‌ ବୋରେଲ କହିଛନ୍ତି। ସେହିପରି ଚାଇନା, ଜର୍ମାନୀ ଆଦି ଦେଶ ଟ୍ରମ୍ପ୍‌ଙ୍କ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri