ଡବ୍ଲ୍ୟୁସିଓ ନିର୍ଦ୍ଦେଶକ ନିର୍ବାଚିତ ହେଲେ ପ୍ରଣବ ଦାସ

ଭୁବନେଶ୍ୱର,୧-୭: ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌) ଅଧିକାରୀ ପ୍ରଣବ ଦାସ ବ୍ରୁସେଲସ୍ଥିତ ବିଶ୍ୱ ସୀମା ଶୁଳ୍କ ପ୍ରତିଷ୍ଠାନ (ଡବ୍ଲ୍ୟୁସିଓ)ର ନିର୍ଦ୍ଦେଶକ ନିର୍ବାଚିତ ହୋଇଛନ୍ତି। ଜଣେ ଓଡ଼ିଆ ତଥା ପ୍ରଥମ ଭାରତୀୟ ଭାବେ ଦାସ ଏଭଳି ପଦବୀକୁ ନିର୍ବାଚିତ ହୋଇଥିବାରୁ ସେ ରାଜ୍ୟ ତଥା ଦେଶ ଲାଗି ଗୌରବ ଆଣିଛନ୍ତି। ୫ ବର୍ଷ ଲାଗି ଉକ୍ତ ପଦବୀରେ ସେ କାର୍ଯ୍ୟ କରିବେ। ଦାସ ବର୍ତ୍ତମାନ ପରୋକ୍ଷ ଟିକସର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣକାରୀ ସଂସ୍ଥା କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି)ର ଅଧ୍ୟକ୍ଷ ଭାବେ ଅବସ୍ଥାପିତ। ଡବ୍ଲ୍ୟୁସିଓ ୧୮୩ ସଦସ୍ୟ ବିଶିଷ୍ଟ ଏକ ଅନ୍ତର୍ଜାତୀୟ ପ୍ରତିଷ୍ଠାନ। ଉକ୍ତ ପଦବୀ ଲାଗି ହୋଇଥିବା ନିର୍ବାଚନରେ ବ୍ରିଟେନର କଷ୍ଟମ ଅଧିକାରୀଙ୍କୁ ପଛରେ ପକାଇ ଦାସ ଅନୁପାଳନ ଏବଂ ଫାସିଲିଟେଶନ ନିର୍ଦ୍ଦେଶକ ନିର୍ବାଚିତ ହୋଇଥିବା ସିବିଆଇସି ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଦାସ ୧୦୮ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱିଙ୍କୁ ୬୮ ଭୋଟ ମିଳିଥିଲା। ଦାସଙ୍କ ପୂର୍ବରୁ ଦେଶର ୩ କଷ୍ଟମ ଅଧିକାରୀ ଏହି ପଦବୀ ଲାଗି ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ଚଳିତ ବର୍ଷ ଜାନୁୟାରୀରେ କେନ୍ଦ୍ର ସରକାର ତାଙ୍କୁ ସିବିଆଇସିର ଅଧ୍ୟକ୍ଷ ପଦବୀରେ ନିଯୁକ୍ତ କରିଥିଲେ। ସେ ଭୁବନେଶ୍ୱରସ୍ଥିତ ବିଜେବି କଲେଜରୁ ସ୍ନାତକ ଏବଂ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରୁ ଅର୍ଥନୀତିରେ ସ୍ନାତ୍ତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସିଭିଲ ଓକିଲ ସ୍ବର୍ଗତ ରମେଶ ଚନ୍ଦ୍ର ଦାସଙ୍କ ସେ ପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri