ଡମ୍ପର ତଳେ ଚାପି ହୋଇଗଲେ ଡ୍ରାଇଭର

ଯୋଡା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ତଥା ବାମେବାରୀ ଥାନା ଅନ୍ତର୍ଗତ ଟାଟାଷ୍ଟିଲର ଖଣ୍ଡବନ୍ଧ ଖଣି ପାର୍କିଂରେ ଏକ ଡମ୍ପର ଧକାରେ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଶନିବାର ଅପରାହ୍ନରେ ଡମ୍ପର ଡ୍ରାଇଭର ଭୋଲା ଦାସ ଉକ୍ତ ଖଣିର ପାର୍କିଂ ସ୍ଥଳରେ ଡମ୍ପର ରଖି ଠିଆ ହୋଇଥିଲେ। ଏହି ସମୟରେ ଅନ୍ୟ ଏକ ଡମ୍ପର ପାର୍କିଂ ଭିତରକୁ ପ୍ରବେଶ କରିବା ପାଇଁ ନେଉଥିବାବେଳେ ପୂର୍ବରୁ ସେଠାରେ ଛିଡା ହୋଇଥିବା ଡ୍ରାଇଭର ଭୋଲା ଦାସ ଡମ୍ପର ଚକ ତଳେ ଚାପି ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଯୋଡା ଟାଟାଷ୍ଟିଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ଖଣିରୁ ବିପୁଳ ପରିମାଣରେ ଖଣିଜ ପରିବହନ ହେଉଥିଲେ ହେଁ, ବହୁ ସଂଖ୍ୟକ ଭାରିଯାନ ପାଇଁ ସେଠାରେ ପର୍ଯ୍ୟାପ୍ତ ପରିମାଣର ପାର୍କିଂ ସ୍ଥାନ ନ ଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଛି ବୋଲି ଟ୍ରକ ମାଲିକ ଶୀବାଜୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?