ଡମ୍ପର ଧକ୍କାରେ ବାଇକ ଆରୋହୀ ମୃତ: ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରୂପ୍‌ସା/ବସ୍ତା, ୪।୭(ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ସାର୍ଥା ଓଡ଼ିଶାଳ ଶିବ ମନ୍ଦିରଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ବାଲି ବୋଝେଇ ଡମ୍ପର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାର୍ଥା ଗ୍ରାମର ଜୟଦେବ ମଣ୍ଡଳ (୨୫)। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଡମ୍ପରରେ ନିଅଁା ଲଗାଇ ଦେଇଥିଲେ। ସିଂଲା ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଛି।
ଜୟଦେବ ବାଲେଶ୍ୱରରୁ ବାଇକ୍‌ ଯୋଗେ ଘରକୁ ଆସୁଥିଲେ। ଓଡ଼ିଶାଳ ଶିବ ମନ୍ଦିରଠାରେ ଏକ ବାଲି ବୋଝେଇ ଡମ୍ପର (ନଂ. ଓଡ଼ି୦୧ୱାଇ-୫୮୧୮) ବେପରୁଆ ଭାବେ ଦ୍ରୁତ ବେଗରେ ଆସି ବାଇକ୍‌କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଆମ୍ବୁଲାନ୍ସ ଯୋଗେ ମୃତ ଯୁବକଙ୍କୁ ଜିଲା ମୁଖ୍ୟଚିକିତ୍ସାଳୟକୁ ନିଆଯାଇଥିଲା। କ୍ଷତିପୂରଣ ସମ୍ପର୍କରେ ପୋଲିସ ଓ ପରିବାର ଲୋକେ ସଦର ତହସିଲଦାରଙ୍କ ସହିତ ମୋବାଇଲ ଯୋଗେ କଥା ହୋଇଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ସେଠାରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri