ଛତିଆ,୧୬।୭(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା କଇଥା ପଞ୍ଚାୟତର ଲାଲବେଗୀ ଗ୍ରାମର ଶାନ୍ତି ପାଲ (୪୮) ବୋଲି ଜଣାପଡିଛି।
ସୂଚନାନୁଯାୟୀ, ମଧ୍ୟାହ୍ନରେ ମହିଳା ଜଣକ କୌଣସି କାର୍ଯ୍ୟରେ ସ୍ବାମୀଙ୍କ ସାଇକେଲରେ ଚମ୍ପାପୁର ରାସ୍ତାଦେଇ ଛତିଆ ଆସୁଥିଲେ। ତେବେ ହଠାତ୍ ସାଇକେଲରୁ ତଳେ ପଡିଯିବା ସମୟରେ ଏକ ଡମ୍ପର ତାଙ୍କ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଗାଡି ସହ ଡ୍ରାଇଭରକୁ ଅଟକ ରଖିଛନ୍ତି। ଏହାସହ ମୃତଦେହ ରାସ୍ତାରେ ରଖି ଅବରୋଧ କରିଛନ୍ତି। ଖବରପାଇ ବୈରୀ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
Archives


