ଡାଇବେଟିସ୍‌ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ପିଜୁଳି

ଅନେକ ଲୋକ ପିଜୁଳି ଖାଇବାକୁ ପସନ୍ଦ କରିଥାନ୍ତି। ପିଜୁଳି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟପାଇଁ ମଧ୍ୟ ସେତିକି ଉପକାରୀ। ଖାସ୍‌ ଭାବେ ମଧୁମେହ ରୋଗୀଙ୍କ ପାଇଁ ପିଜୁଳି ରାମବାଣ ସଦୃଶ ହୋଇଥାଏ। କେବଳ ଏତିକି ନୁହେଁ, ବ୍ଲଡ ସୁଗାର ପରିମାଣକୁ ନିୟନ୍ତ୍ରଣ କରିବାରେ ପିଜୁଳି ସହାୟକ ହୋଇଥାଏ। ପ୍ରତିଦିନ ଗୋଟିଏ ଲେଖାଏ ପିଜୁଳି ଖାଇଲେ ବ୍ଲଡସୁଗାର ନିୟନ୍ତ୍ରଣରେ ରହିଥାଏ। ପିଜୁଳିରେ ପ୍ରଚୁର ପରିମାଣରେ ଫାଇବର୍‌ ରହିଥାଏ। ଯାହାଫଳରେ ଏହାକୁ ଖାଇଲେ ଡାଇବେଟିସର ସମ୍ଭାବନା କମିଯାଏ। ପିଜୁଳିରେ ଲାଇକୋପିନ ନାମକ ଫାଇଟୋ ନ୍ୟୁଟ୍ରିଏଣ୍ଟସ ପ୍ରଚୁର ପରିମାଣରେ ରହିଥାଏ। ଯାହା କ୍ୟାନ୍ସରର ସମ୍ଭାବନାକୁ କମ କରିଥାଏ। ପିଜୁଳି ଶରୀରର ରୋଗପ୍ରତିରୋଧକ ଶକ୍ତି ବଢାଇଥାଏ। ଯାହାଫଳରେ ସାଧାରଣ ଥଣ୍ଡା, କାଶର ସମ୍ଭାବନା ଖୁବ କମ ହୋଇଯାଏ। ପିଜୁଳିର ପତ୍ରକୁ ବାଟି ସେଥିରେ କଳା ଲୁଣ ମିଶାଇ ଖାଇଲେ ପେଟକାଟିବା ଦୂର ହୋଇଥାଏ। ପିଜୁଳିରେ ବିଟା କ୍ୟାରୋଟିନ ନାମକ ଏକ ପୋଷକ ତତ୍ତ୍ୱ ରହିଛି ଯାହା ମୁହଁରେ ଦେଖାଯାଉଥିବା ଅନେକ ସମସ୍ୟା ଦୂର କରିଥାଏ। ପିଜୁଳି କୋଷ୍ଠକାଠିନ୍ୟ ଦୂର କରିଥାଏ। ଯଦି ଆପଣ ଖାଇବା ପୂର୍ବରୁ ପିଜୁଳି ଖାଆନ୍ତି ତେବେ ଆପଣଙ୍କୁ ଖାଦ୍ୟ ହଜମରେ କୌଣସି ଅସୁବିଧା ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri