ଡାକ୍ତରଖାନାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: କାର୍‌ ଭାଙ୍ଗି ମାରିଲେ ମାଡ଼

ବରଗଡ଼ ଅଫିସ,୩୧।୮: ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ଅସୁରକ୍ଷିତ ହୋଇ ପଡିଛି। ସ୍ଥାନୀୟ ଟାଉନ ଥାନାର ଅନତିଦୂରରେ ରହିଥିବା ଏହି ଡାକ୍ତରଖାନାରେ ବିଭିନ୍ନ ସାମଗ୍ରୀ, ମୋବାଇଲ ଚୋରି ହେବା ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଥିବାବେଳେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଦୁର୍ବୃତ୍ତଙ୍କ ଆକ୍ରମଣରୁ ମଧ୍ୟ ବାଦ ପଡ଼ୁ ନାହାନ୍ତି। ମଙ୍ଗଳବାର ଭୋରରୁ ୨ଯୁବକ ଡାକ୍ତରଖାନା ଭିତରକୁ ପଶି କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଏବଂ ରୋଗୀଙ୍କ ସମ୍ପର୍କୀୟମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହା ସହିତ ଡାକ୍ତରଖାନା ପରିସରରେ ରହିଥିବା ୨ଟି କାର୍‌, ପ୍ରସୂତୀ କକ୍ଷରେ ଭଙ୍ଗାରୁଜା କରିଛନ୍ତି। ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଟଙ୍କା ଦାବି କରି ଦୁର୍ବୃତ୍ତମାନେ ଏହି ଉନ୍ମୁକ୍ତ କାଣ୍ଡ ଭିଆଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି୨ଅଭିଯୁକ୍ତଙ୍କୁ କାବୁ କରିଛି। ଅପରପକ୍ଷରେ ଘଟଣା ପରେ ସୁରକ୍ଷା ଦାବିରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀମାନେ କାମ ବନ୍ଦ କରି ଡାକ୍ତରଖାନା ବାହାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri