Posted inଜାତୀୟ

ଡାକ୍ତରଙ୍କୁ ମାଡ଼ ଘଟଣାରେ ଦିଲ୍ଲୀର ୫ହସ୍ପିଟାଲରେ ଧର୍ମଘଟ

ନୂଆଦିଲ୍ଲୀ,୮।୭: ଦିଲ୍ଲୀର ମୌଲାନା ଆଜାଦ୍‌ ମେଡିକାଲ କଲେଜରେ ରବିବାର ଡାକ୍ତରଙ୍କ ସହ ହୋଇଥିବା ମାଡ଼ପିଟ୍‌ ଘଟଣାକୁ ବିରୋଧ କରି ଡାକ୍ତର ସଂଘ ଧର୍ମଘଟ ଡାକରା ଦେଇଛି। ଡାକ୍ତରଙ୍କ ଏହି ଆନ୍ଦୋଳନକୁ ଦିଲ୍ଲୀର ୪ବଡ଼ ହସ୍ପିଟାଲ ସମର୍ଥନ ଜଣାଇଛନ୍ତି। ଏହି ଆନ୍ଦେଳନରେ ଲୋକ ନାୟକ ସମେତ ଜି.ବି. ପନ୍ତ, ସୁଶ୍ରୁତ ଟ୍ରମା ସେଣ୍ଟର, ଗୁରୁ ନାନକ ଆଇ ସେଣ୍ଟର ଓ ମହର୍ଷି ବାଲ୍ମିକୀ ହସ୍ପିଟାଲ ସାମିଲ ହୋଇଛି। ହସ୍ପିଟାଲରେ ସୁରକ୍ଷା ଦାବି କରି ଡାକ୍ତରମାନେ ଅନିର୍ଦ୍ଧିଷ୍ଟକାଳ ପାଇଁ ଧାରଣାରେ ବସିଛନ୍ତି। ଫଳରେ ଏମରଜେନ୍ସୀ ସେବା ଠପ୍‌ ହେବା ସହ ରୋଗୀ ସେବା ବ୍ୟାହତ ହୋଇଛି। ଅପରପକ୍ଷରେ ଏହି ଆନ୍ଦୋଳନକୁ ଏମ୍ସର ଡାକ୍ତରମାନେ ମଧ୍ୟ ସମର୍ଥନ ଜଣାଇଛନ୍ତି। ଏହି ମାମଲାରେ ଦିଲ୍ଲୀ ସରକାର ଓ ସ୍ବାସ୍ଥ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ ବୋଲି ଦାବି କରାଯାଇଛି। ସୂଚନାଯୋଗ୍ୟ, ରବିବାର ରାତିରେ ଏମରଜେନ୍ସୀ ଓ୍ବାର୍ଡରେ ରୋଗୀ ଚିକିତ୍ସାକୁ ନେଇ ରୋଗୀଙ୍କ ସମ୍ପର୍କୀୟମାନେ ବିରୋଧ କରିବା ସହ ଡାକ୍ତରକୁ ମାଡ଼ ମାରିଥିଲେ। ଏହି ଆକ୍ରମଣରେ ପୀଡ଼ିତ ଡାକ୍ତର ଆହତ ହୋଇଥିଲେ। ଘଟଣାକୁ ନେଇ ଉତ୍ତ୍ୟକ୍ତ ଡାକ୍ତର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri