ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍‌ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଦାଏର ହୋଇଥିବା ଏହି ମାମଲାର ଶୁଣାଣି କରି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ଏବଂ ବିଚାରପତି ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ଯେ, ଓଡ଼ିଶାରେ କରୋନା ଭୂତାଣୁ ବିସ୍ତାର ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଡାକ୍ତରଖାନାଗୁଡ଼ିକରେ ପର୍ଯ୍ୟାପ୍ତ ଚିକିତ୍ସା ସେବା ଉପଲବ୍ଧ କରିବା ଜରୁରୀ ହୋଇପଡ଼ିଛି। ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଥିବା ରୋଗୀ ଉଭୟ ଇନ୍‌ଡୋର୍‌ ଏବଂ ଆଉଟ୍‌ଡୋର୍‌କୁ ଚିକିତ୍ସା ପାଇଁ ଆସିବେ। ଏଭଳି ସମୟରେ ଉଭୟ ସରକାରୀ ଓ ବେସରକାରୀ ଚିକିତ୍ସାଳୟ ଗୁଡ଼ିକରେ ବହୁ ସଂଖ୍ୟକ ଅଭିଜ୍ଞ ଏବଂ ବିଶେଷଜ୍ଞ ଡାକ୍ତରଙ୍କ ଆବଶ୍ୟକତା ପଡ଼ିପାରେ। ସରକାର ତୁରନ୍ତ ଡାକ୍ତର ନିଯୁକ୍ତି ଦିଗରେ ପଦକ୍ଷେପ ଗ୍ରହଣ କରନ୍ତୁ। ରୋଗୀ ସେବାରେ ନିୟୋଜିତ ଥିବା ସମସ୍ତ ଡାକ୍ତରଙ୍କୁ ପିପି କିଟ୍‌ ଯୋଗାଇ ଦେବା ମଧ୍ୟ ଜରୁରୀ। କାରଣ ସେମାନଙ୍କ ପାଖକୁ ଆସୁଥିବା ରୋଗୀ କରୋନା ଦ୍ୱାରା ଆକ୍ରାନ୍ତ କି ନାହିଁ, ସେ ସମ୍ପର୍କରେ ଡାକ୍ତରମାନେ ଜାଣିବା ସମ୍ଭବ ନୁହେଁ। ରୋଗୀଙ୍କଠାରୁ ଡାକ୍ତରଙ୍କୁ ସଂକ୍ରମଣ ବ୍ୟାପିବାର ସମ୍ଭାବନା ଥିବାରୁ ସେମାନଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯାଉ ବୋଲି ହାଇକୋର୍ଟ କହିଛନ୍ତି। ସେହିପରି ଅତି ଜରୁରୀ ନ ଥିଲେ ଡାକ୍ତରଙ୍କୁ ଛୁଟି ନ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଚିକିତ୍ସାଳୟକୁ ଆସୁଥିବାବେଳେ ଲକ୍‌ଡାଉନ୍‌ ଯୋଗୁ ଅନେକ ଅଞ୍ଚଳରେ ପୋଲିସ କର୍ମଚାରୀମାନେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ରାସ୍ତାରେ ଅଟକାଇ ଦେଇଥିବା ଘଟଣା ନଜରକୁ ଆସିଥିଲା। ଏହାକୁ ହାଇକୋର୍ଟ ଗୁରୁତ୍ୱର ସହ ନେଇଛନ୍ତି। ଡାକ୍ତରଖାନା ଯିବା ସମୟରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଅନାବଶ୍ୟକ ଭାବେ ନ ଅଟକାଇବାକୁ ପୋଲିସ ବିଭାଗକୁ ସରକାର ନିର୍ଦ୍ଦେଶ ଦେବାକୁ ହାଇକୋର୍ଟ କହିଛନ୍ତି। ସମସ୍ତ ଡାକ୍ତରଖାନାରେ ରୋଗୀଙ୍କୁ ଯେମିତି ଚିକିତ୍ସା ସେବା ମିଳିବ ଏବଂ କେହି ଜଣେ ହେଲେ ନିରାଶ ହୋଇ ଫେରିବେ ନାହିଁ, ତାହା ସୁନିଶ୍ଚିତ କରାଯାଉ। ଏନେଇ ସମସ୍ତ ସରକାରୀ ଏବଂ ଘରୋଇ ମେଡିିକାଲ୍‌କୁ ନିର୍ଦ୍ଦେଶ ଦେବାକୁ ସ୍ବାସ୍ଥ୍ୟ ସଚିବ, ଡିଏମ୍‌ଇଟି ଏବଂ ଅନ୍ୟ ସରକାରୀ ଅଧିକାରୀମାନେ ପଦକ୍ଷେପ ନେବା ପାଇଁ ହାଇକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri