ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଡାକ୍ତରଙ୍କୁ ଭଗବାନ ବୋଲି କୁହାଯାଏ। ହେଲେ ଡାକ୍ତରଙ୍କ ଖାମଖିଆଲରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ଏହି ଘଟଣାକୁ ନେଇ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଏକ ଘରୋଇ ମେଡିକାଲରେ ଉତ୍ତେଜନା ଦେଖିବାକୁ ମିିଳିଛି। ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମୃତ୍ୟୁ ପାଇଁ ଦାୟୀ କରି ମହିଳାଙ୍କ ସ୍ବାମୀ ଓ ସମ୍ପର୍କୀୟମାନେ ହସ୍ପିଟାଲରେ ହୋହଲ୍ଲା କରିଥିଲେ। ଖବର ପାଇ ସ୍ଥାନୀୟ ପୋଲିସ ହସ୍ପିଟାଲରେ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ହାବିଲ୍‌ଦାର ନବକିଶୋର ସ୍ବାଇଁଙ୍କୁ ଠେଲାପେଲା କରାଯାଇଥିବା ଅଭିଯୋଗ ହୋଇଛି। ତେବେ ମହିଳାଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଡାକ୍ତରଙ୍କ ନାମରେ ଥାନାରେ ମାମଲା ରୁଜୁ କରାଯାଇଥିବାବେଳେ ପୋଲିସକୁ ଦୁର୍ବ୍ୟବହାର ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି।
ସୂଚନା ମୁତାବକ, ତାମିଲନାଡୁ ଅଞ୍ଚଳର ମୁଥୁ ସାଲ୍‌ଭେମ ନାମକ ଯୁବକ ନହରକଣ୍ଟା ଅଞ୍ଚଳରେ ରହି ଜଣେ ଠିକାଦାରଙ୍କ ଅଧୀନରେ ଆକାଉଣ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ମୁଥୁଙ୍କ କହିବା କଥା, ଗତ ୨ ଦିନ ତଳେ ୪ ମାସର ଗର୍ଭବତୀ ସ୍ତ୍ରୀ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହାଇଟେକ ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ନରହରି ବେହେରା ଅପରେଶନ ମାଧ୍ୟମରେ ଗର୍ଭପାତ କରାଇଥିଲେ। ଶନିବାର ଡାକ୍ତର ତାଙ୍କୁ ଘରକୁ ଫେରିଯିବାକୁ କହିଥିଲେ। ମୁଥୁ ସ୍ତ୍ରୀଙ୍କୁ ଧରି ଘରେ ପହଞ୍ଚତ୍ବାର କିଛି ସମୟ ପରେ ପେଟରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିଥିଲେ। ତେଣୁ ସେ ଏ ସମ୍ପର୍କରେ ଜଣାଇବାାରୁ ଡାକ୍ତର ତାଙ୍କୁ ମୋବାଇଲ୍‌ ଫୋନ୍‌ରେ ମେଡିସିନ ମେସେଜ କରିଥିଲେ। ହେଲେ ଉକ୍ତ ମେଡିସିନ ଖାଇବା ପରେ ମୁଥୁ ସ୍ତ୍ରୀଙ୍କର ଦେହ ଅଧିକ ଖରାପ ହୋଇଯାଇଥିଲା। ତାଙ୍କୁ ତୁରନ୍ତ ଉକ୍ତ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ମୁଥୁଙ୍କ ସମ୍ପର୍କୀୟ ଓ ସେ ରହୁଥିବା ନହରକଣ୍ଟାର କେତେଜଣ ଯୁବକ ମେଡିକାଲ ପରିସରରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ଏଥିପାଇଁ ଡାକ୍ତର ଅବହେଳାକୁ ଦାୟୀ କରି ଜୋର୍‌ରେ ପାଟିକରିଥିଲେ। କେଉଁ ପରିସ୍ଥିତିରେ ଡାକ୍ତର ଅପରେଶନର ଗୋଟିଏ ଦିନ ପରେ ମହିଳାଙ୍କୁ ଘରକୁ ପଠାଇ ଦେଲେ ଏବଂ ରୋଗୀଙ୍କର ଅବସ୍ଥା ନ ଦେଖି ମେସେଜରେ ମେଡିସିନ ଖାଇବାକୁ କହିଲେ ବୋଲି ପ୍ରଶ୍ନ କରି ନହରକଣ୍ଟା ଗଡ଼ସାହିର ସଂଗ୍ରାମ କେଶରୀ ଜେନା ଓରଫ ବିକି ଉକ୍ତ ଡାକ୍ତରଙ୍କୁ ଗାଳିଗୁଲଜ କରିବା ସହ ହସ୍ପିଟାଲ ନାମରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ହେଲେ ବିକି ସମ୍ପୃକ୍ତ ଡାକ୍ତରଙ୍କୁ ଗିରଫ କରିବାକୁ ଦାବି କରିବା ସହ ଗାଳି ଗୁଲଜ କରିଥିଲେ। ବିକିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଥିବାବେଳେ ସେ ହାବିଲଦାର ନବ କିଶୋର ସ୍ବାଇଁଙ୍କୁ ଠେଲାପେଲା କରିଥିଲେ। ଏ ନେଇ ନବଙ୍କ ଅଭିଯୋଗକ୍ରମେ ପୋଲିସ ୨୦୧/୧୯ରେ ଏକ ମାମଲା ରୁଜୁ କରି ବିକିଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଥିଲା। ସେହିଭଳି ମୃତା ମହିଳାଙ୍କ ସ୍ବାମୀ ମୁଥୁଙ୍କ ଅଭିଯୋଗକ୍ରମେ ପୋଲିସ ଡାକ୍ତର ନରହରି ବେହେରାଙ୍କ ନାମରେ ୨୦୦/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri