ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ

କେନ୍ଦୁଝର,୧୭।୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍‌ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ ଅଞ୍ଚଳରେ ପୁଷ୍ଟିହୀନତା, ଶିଶୁ ଓ ମାତୃ ମୃତ୍ୟୁହାର ଅଧିକ ଥିବା ବେଳେ ଯକ୍ଷ୍ମା, ମ୍ୟାଲେରିଆ, ଝାଡ଼ାବାନ୍ତି ଆଦିରେ ଲୋକମାନେ ଅଧିକ ଆକ୍ରାନ୍ତ ହୋଇଥାନ୍ତି। ପାହାଡ଼ ଓ ଜଙ୍ଗଲଘେରା ବହୁ ଅଞ୍ଚଳକୁ ଏବେ ମଧ୍ୟ ସ୍ବାସ୍ଥ୍ୟସେବା ଅପହଞ୍ଚ ହୋଇଥିବାରୁ ଲୋକମାନେ ଜଡ଼ିବୁଟି ଚିକିତ୍ସା ତଥା ଗୁଣିଆ ଉପରେ ଭରସା କରିବାକୁ ବାଧ୍ୟ ହୋଇଥାନ୍ତି। ଏହି କାରଣରୁ ରାଜ୍ୟରେ ଏହି ବ୍ଲକ ସବୁବେଳେ ଚର୍ଚ୍ଚାରେ ରହିଆସୁଛି।
ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ୧୯୬୨ ମସିହାରେ ବାଂଶପାଳ ବ୍ଲକ ମୁଖ୍ୟାଳୟରେ ଏକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଥିଲା। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର ୧୭୫ ଗ୍ରାମର ୧ ଲକ୍ଷ ୧୫ ହଜାର ଲୋକ ନିର୍ଭରଶୀଳ। ଏହା ଅଧୀନରେ ୬ ପିଏଚ୍‌ସି ଓ ୨୫ ସବ୍‌ସେଣ୍ଟର ରହିଛି। ୨୦୧୩ ମସିହାରେ ଏହାର ଏକ ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ ହେଁ ରକ୍ଷଣାବେକ୍ଷଣ ଅଭାବରୁ ସେସବୁ ଅବ୍ୟବସ୍ଥା ମଧ୍ୟରେ ରହିଛି। ଏହି ବ୍ଲକରେ ୪୮ ପ୍ରତିଶତ ଆଦିବାସୀ ରହିଛନ୍ତି। ତେବେ ଏହି ମେଡିକାଲରେ ଡାକ୍ତର ସାଙ୍ଗକୁ ଭିତ୍ତିଭୂମିର ଅଭାବ ଯୋଗୁ ଚିକିତ୍ସା ବାଧାପ୍ରାପ୍ତ ହେଉଛି। ୧୬ ଶଯ୍ୟାବିଶିଷ୍ଟ ଏହି ଡାକ୍ତରଖାନାରେ ଅନେକ ସମୟରେ ୪୦ରୁ ୫୦ ରୋଗୀ ଦିନକୁ ଆସୁଥିବାରୁ ତଳେ ଶୋଇ ଚିକିତ୍ସିତ ହେଉଛନ୍ତି। ଡାକ୍ତରଖାନାରେ ଯାତାୟାତ ପାଇଁ ଗାଡି ନାହିଁ। ଏଣୁ ୧୦୮/୧୦୨ ଆମ୍ବୁଲାନ୍‌ସ ହିଁ ସାହାଭରସା। ଡ୍ରେନ୍‌ ଅଛି କିନ୍ତୁ ନିୟମିତ ସଫେଇ ହେଉ ନ ଥିବାରୁ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଡାକ୍ତର ଓ ରୋଗୀଙ୍କୁ ରହିବାକୁ ପଡୁଛି। ଡ୍ରେନ୍‌ରେ କୁଢ଼ କୁଢ଼ ଆବର୍ଜନା ଜମାହୋଇ ରହୁଥିବାରୁ ମଶା, ମାଛି, ବୁଲା କୁକୁରମାନଙ୍କ ପ୍ରାଦୁର୍ଭାବରେ ରୋଗୀ ଦୁର୍ଦ୍ଦଶା ଭୋଗୁଛନ୍ତି। ଅନେକ ସମୟରେ ପାଣି ସମସ୍ୟା ମଧ୍ୟ ଦେଖାଦେଉଛି। ମିଟିଂ ହଲ୍‌ ନ ଥିବାରୁ ମାସ ମାସ ଧରି ମିଟିଂ ହେଉନାହିଁ। ଫଳରେ ସ୍ବାସ୍ଥ୍ୟସେବାର ସମୀକ୍ଷା ଠିକ୍‌ଭାବେ ହୋଇପାରୁନାହିଁ ବୋଲି ଅଭିଯୋଗ ହେଉଛି। ଗର୍ଭବତୀ ଓ ଶିଶୁମାନଙ୍କୁ ଅନେକ ସମୟରେ ମାଗଣା ଔଷଧ ବ୍ୟବସ୍ଥା ଥିଲେ ହେଁ ତାହା ମିଳୁ ନ ଥିବା ଅଭିଯୋଗ ହେଉଛି। ବହୁ ଅର୍ଥ ଖର୍ଚ୍ଚ ହେଉଛି କିନ୍ତୁ ଉପଯୁକ୍ତ ତଦାରଖ ଅଭାବରୁ ତାହା ଠିକ୍‌ରୂପେ କାର୍ଯ୍ୟକାରୀ ହୋଇପାରୁ ନ ଥିବା ଅଭିଯୋଗ ହେଉଛି ା ନିରାମୟ ଯୋଜନାରେ ସବୁ ଔଷଧ ମିଳୁନାହିଁ। ନିର୍ଦ୍ଦିଷ୍ଟ ଏକ ଔଷଧ ଦୋକାନରୁ ଡାକ୍ତରଖାନା ପକ୍ଷରୁ ମେଡିସିନ କିଣାଯାଉଥିବାରୁ ଅନେକ ସମୟରେ ଔଷଧ ନ ମିଳିଲେ ସମସ୍ୟା ଦେଖାଦେଉଛି। ଏଣୁ ଏକାଧିକ ଔଷଧ ଦୋକାନ ସହିତ ଡାକ୍ତରଖାନା ଚୁକ୍ତି କରି ମେଡିସିନ କିଣିବା ବ୍ୟବସ୍ଥା କଲେ ରୋଗୀ ଉପକୃତ ହୋଇପାରନ୍ତେ ବୋଲି ମତ ପ୍ରକାଶ ପାଉଛି। ଗୁରୁତ୍ୱପୂର୍ଣ୍ଣ ସ୍ତ୍ରୀ ଓ ପ୍ରସୂତି ବିଭାଗ, ଶିଶୁ, ସର୍ଜରୀ, ନିଶ୍ଚେତକ ଆଦି ବିଶେଷଜ୍ଞ ପଦବୀ ଖାଲିପଡ଼ିଥିବାରୁ ସ୍ବାସ୍ଥ୍ୟସେବା ବ୍ୟାହତ ହେଉଛି। ଫଳରେ ରୋଗୀଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ଦିଆଯାଉଥିବା ବେଳେ ଅନେକ ସମୟରେ ରୋଗୀ ଅସୁବିଧାରେ ପଡୁଛନ୍ତି। ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦାୟିତ୍ୱରେ ଥିବା ଏଡିଏମ୍‌ଓ ଡକ୍ଟର ସୁଧାଂଶୁ ଶେଖର ବଳ କହିଛନ୍ତି ଯେ, ଇନ୍‌ଚାର୍ଜ ପଦବୀ ଖାଲିପଡିଛି। ତେବେ ଡାକ୍ତରଖାନାର ସୁପରିଚାଳନା ପାଇଁ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ...

ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ...

ଖୋର୍ଦ୍ଧାରେ ହେବ ଏନ୍‌ଏମ୍‌ଆଇଏମ୍‌ଏସ୍‌ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ...

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର...

ଆମ ବ୍ୟାଙ୍କ ଯୋଜନା ଶୁଭାରମ୍ଭ

ନିରାକାରପୁର, ୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ଯୋଗୁଁ ପ୍ରସୂତି ମହିଳା ମାନଙ୍କ ଠାରୁ ଆରମ୍ଭକରି...

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ।...

ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୮।୧୧: ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ...

କ୍ୟାପିଟାଲ ହସ୍ପିଟାଲ ମଡ୍ୟୁଲାର ଓଟିରେ ଅସ୍ତ୍ରୋପଚାର ଆରମ୍ଭ

ଭୁବନେଶ୍ୱର,୨୭ା୧୧: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସ ଲାର୍ଯ୍ୟକ୍ଷମ ହୋଇଛି। କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ନିର୍ଦ୍ଦେଶରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri