ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର, ୧୭ ।୧ (ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ପୌରାଞ୍ଚଳର ବଡ ବଜାରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ଜଳେଶ୍ୱର ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଦୀର୍ଘଦିନ ହେଲା ସ୍ଥାୟୀ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। ଫଳରେ ଏଠାକୁ ପ୍ରତ୍ୟେକ ଦିନ ଆସୁଥିବା ୨ଶହରୁ ୩ଶହ ରୋଗୀ ଚିକିତ୍ସା ନ ପାଇ ନିରାଶ ହୋଇ ଫେରୁଛନ୍ତି। ଡାକ୍ତରଙ୍କ ପରିବର୍ତ୍ତେ ଜଣେ ଫାର୍ମାସିଷ୍ଟ ରୋଗୀ ଦେଖିବା ସହ ଔଷଧ ଦେଉଛନ୍ତି।
୧୯୩୬ ମସିହାରେ ନିର୍ମିତ ଏହି ଡିସ୍‌ପେନ୍‌ସାରି ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଘୋଷଣା ହୋଇଥିଲା। ଏବେ ଏହାକୁ ସରକାରୀ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ବୋଲି ନାମିତ କରାଯାଇଛି। ଅଦ୍ୟାବଧି ଏଠାରେ ସ୍ବାସ୍ଥ୍ୟ ସେବାରେ କୌଣସି ଉନ୍ନତି ହୋଇନାହିଁ ବୋଲି ସ୍ଥାନୀୟ ଜନସାଧାରଣ ଅଭିଯୋଗ କରିଛନ୍ତି। ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର, ନର୍ସ ଓ ସୁଇପର ନିଯୁକ୍ତି ସହ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଦାବି କରି ଶୁକ୍ରବାର ମାନସ କୁମାର ପ୍ରଧାନଙ୍କ ନେତୃତ୍ୱରେ ଗଣଧାରଣା ଦିଆଯାଇଥିଲା। ଏ ଦିଗରେ ତୁରନ୍ତ ଦୃଷ୍ଟି ଦିଆ ନ ଗଲେ ଏହି ଗଣଧାରଣା ଆମରଣ ଅନଶନରେ ପରିଣତ ହେବ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି। ଏହି ଗଣଧାରଣାରେ ଅରୁଣ କୁମାର ବେଜ, ଫାଲ୍‌ଗୁନୀ ପାଣିଗ୍ରାହୀ, ଚନ୍ଦନ କୁମାର ଦାସ, ବାଙ୍କ ବିହାରୀ ଦାସ, ପ୍ରଣବ କୁମାର ପଣ୍ଡା, ଅମୂଲ୍ୟ ସେନାପତି, ଅନନ୍ତ କୁମାର ଦାସ, ବାଦଲ ଦାସ, କାନାଇକୃଷ୍ଣ ଦେ, ଶିବଶଙ୍କର କର, କମଳ ଲୋଚନ ସାମଲ, ଅଞ୍ଜନ କୁମାର ଦାସ, ରାମକୃଷ୍ଣ ସାହୁ, ସୁଜୟ ରାଉଳ ପ୍ରମୁଖ ଯୋଗ ଦେଇଥିଲେ। ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ୧୫ ଦିନ ମଧ୍ୟରେ ଡାକ୍ତର, ସୁଇପର ନିଯୁକ୍ତି ଏବଂ ହୋମିଓପାଥି ଆୟୁଷ ଡାକ୍ତର ଥିବା ବେଳେ ଔଷଧ ମିଳୁ ନ ଥିବାରୁ ଏହା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦିଆଯାଇଥିଲା ା ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri