ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ

କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ଏଥିସହ ବିଜେଡି, ଭାଜପା ଓ କଂଗ୍ରେସ ଦଳର ସମସ୍ତ ଲୋକପ୍ରତିନିଧି ଓ ଜନସାଧାରଣମାନେ କାଲିମେଳା ବ୍ଲକ ସାମ୍ନାରେ ଧାରଣା ଦେଇଛନ୍ତି l ସୂଚନା ଥାଉକି, ଗତ ୨୯ ତାରିଖ ଦିନ ଜଣେ ସ୍କୁଲ ଛାତ୍ରୀକୁ ମାଡ ମାରିବା ଘଟଣାରେ ଜିଲା ପ୍ରଶାସନ ତଦନ୍ତ କରି ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କୁ ନିଲମ୍ବନ କରିଥିଲେ। କିନ୍ତୁ ଛାତ୍ରୀଙ୍କ ରୋଗର ଲକ୍ଷଣ ଯାହା ଥିଲା ଡାକ୍ତର ସେହି ଚିକିତ୍ସା ପଦ୍ଧତିରେ ଛାତ୍ରୀ ଜଣଙ୍କୁ ଚିକିତ୍ସା କରିଥିଲେ। ପରେ ଛାତ୍ରୀ ଜଣଙ୍କ ୧ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଭଲ ହୋଇ ଘରକୁ ଫେରିଥିଲେ। ଡାକ୍ତରଙ୍କ ନିଳମ୍ବନ ପଛରେ କିଛି ଖଳ ପ୍ରକୃତିର ଲୋକମାନଙ୍କ ହାତ ଥିବା ଆନ୍ଦୋଳନ କରୁଥିବା ବ୍ଲକ ଅଧ୍ୟକ୍ଷ ମଲା ମାଢ଼ି, ବିଧାୟକ ପ୍ରତିନିଧି ଭବାନୀ ଶଙ୍କର ମୂଖାର୍ଜୀଙ୍କ ସହ ଅନ୍ୟ ନେତାମାନେ ଅଭିଯୋଗ କରିଛନ୍ତି।
ଉପସ୍ଥିତ ଲୋକମାନଙ୍କ କହିବା କଥା ଡାକ୍ତର ମଲ୍ଲିକ କାଲିମେଳା ଅଞ୍ଚଳର ଜନସାଧାରଣଙ୍କୁ ୨୪ ଘଣ୍ଟିଆ ଚିକିତ୍ସା ଯୋଗାଇ ଆସୁଛନ୍ତି। ତାଙ୍କ ନାମରେ କୌଣସି ଅଭିଯୋଗ ଆସିନାହିଁ। ତେଣୁ ତୁରନ୍ତ ଜିଲା ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଇ ଡାକ୍ତର ମଲ୍ଲିକଙ୍କୁ ପୁନର୍ବାର ଏଠାରେ ନିଯୁକ୍ତି ଦେବା ପାଇଁ ଆମେ ଧାରଣ ଦେଇଛୁ ବୋଲି ଲୋକମାନେ କହିଛନ୍ତି। ଏହାକୁ ଆଖିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇ କରାଯାଇଛି। ସୋମବାର କାଲିମେଳା ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ତେବେ ଦୋକାନ ବଜାର ବନ୍ଦ ରହିଥିବାବେଳେ ଗାଡିମୋଟର ଚଳାଚଳ ସ୍ବାଭାବିକ ରହିଛି। ଦୋକନ ବଜାର ବନ୍ଦ ହେବା ଯୋଗୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ତଥା ଜିଲା ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri