ଡାକ୍ତର ପଦବୀ ପୂରଣ ଦାବିରେ ଧାରଣା

ସୋର, ୨୩ା୧୧(ଡି.ଏନ୍‌.ଏ.)-ସୋର ସିଏଚ୍‌ସିରେ ଏବେ ଡାକ୍ତରଙ୍କ ପଦବୀ ଖାଲି ପଡିଥିବା ବେଳେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ସୋର ସମେତ ୭ଟି ବ୍ଲକର ଲକ୍ଷାଧିକ ରୋଗୀ ଏହି କେନ୍ଦ୍ର ଉପରେ ନିର୍ଭରଶୀଳ। ଏଠାରେ ୮ଜଣ ଡାକ୍ତରଙ୍କ ଆବଶ୍ୟକତା ଥିବା ବେଳେ ମାତ୍ର ୨ ଜଣ ନିୟମିତ ଡାକ୍ତରଙ୍କୁ ନେଇ ଚିକତ୍ସା ସେବା ଚାଲିଛି। ଏଥିସହ ନିରାମୟ ଯୋଜନାରେ ମାଗଣାରେ ମିଳୁଥିବା ଔଷଧ ଠିକ୍‌ ଭାବେ ଲୋକଙ୍କ ପାଖରେ ଉପଲବ୍ଧ ହେଉନି। ଏହାର ପ୍ରତିବାଦ କରି ଶୁକ୍ରବାର ସୋର ଭାଜପା ପକ୍ଷରୁ ଶତାଧିକ କର୍ମୀ ଡାକ୍ତରଖାନା ସାମ୍ନାରେ ଗଣଧାରଣାରେ ବସିଥିଲେ। ସୋର ତହସିଲଦାର ଦେବୀପ୍ରସାଦ ଦାଶ ଧାରଣାକାରୀଙ୍କୁ ଭେଟି ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ କଥା ହୋଇ ୭ ଦିନ ମଧ୍ୟରେ ଏହାର ସମାଧାନ କରାଯିବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଜିଲା ଉପସଭାପତି ଈଶ୍ୱର ଚନ୍ଦ୍ର ବେହେରା, ମୃତ୍ୟୁଞ୍ଜୟ ଜେନା, ସଂଗ୍ରାମ କେଶରୀ ମହାପାତ୍ର, ମାଧବ ଧଡା , ଭଜହରି ପୃଷ୍ଟି, ସଞ୍ଜୀବ ରାଉଳ, ପୁରଞ୍ଜନ ପଣ୍ଡା ପ୍ରମୁଖ ଏହି ଧାରଣାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri