ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି ନେଇ ଜିଲାପାଳଙ୍କୁ ଦାବିପତ୍ର

ଧର୍ମଶାଳା,୨୨ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁରସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡିଥିବା ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ଦାବିରେ ଗୁରୁବାର ବଣମଲ୍ଲି ସାହିତ୍ୟ ଓ ସେବା ସଙ୍ଗଠନ ପକ୍ଷରୁ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୧୦ ଦିନ ମଧ୍ୟରେ ଦାବି ପୂରଣ କରା ନ ଗଲେ ରାଜରାସ୍ତା ଅବରୋଧ କରାଯିବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି। ପ୍ରକାଶ ଯେ, ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଫାର୍ମାସିଷ୍ଟ ନ ଥିବାରୁ ରୋଗୀସେବା ବାଧାପ୍ରାପ୍ତ ହେଉଛି। ଡାକ୍ତର ନିଯୁକ୍ତି ଦାବିରେ ସ୍ଥାନୀୟ ଲୋକେ ବହୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିବା ଅଭିଯୋଗ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଜେନାପୁର, ବୃନ୍ଦାଦେଈପୁର, ମର୍ଜିତାପୁର, କମାଗଡ, ଅଣ୍ଟିଆ, ପୁରୁଣାବଉଳମାଳ, ଚକ୍ରଧରପୁର ଓ ଅଞ୍ଜିରା ପଞ୍ଚାୟତର ୪୦ ହଜାରରୁ ଊର୍ଦ୍ଧ୍ୱଲୋକ ନିର୍ଭର କରିଥାନ୍ତି। ଅପରପକ୍ଷେ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ନମ୍ବର ଜାତୀୟ ରାଜପଥ ନିକଟରେ ହୋଇଥିବାରୁ ଦୁର୍ଘଟଣାରେ ଗୁରୁତରଙ୍କୁ ଏଠାକୁ ଅଣାଯାଉଛି। ଡାକ୍ତର ନ ଥିବାରୁ ଗରିବ ଶ୍ରେଣୀର ଲୋକମାନେ ରୋଗୀ ସେବା ଲାଗି ଦୂରଦୂରାନ୍ତକୁ ଯିବାକୁ ପଡୁଛି। ପାହାଡିଆ ଅଞ୍ଚଳ ହୋଇଥିବାରୁ ସାପକାମୁଡା ରୋଗୀ ମଧ୍ୟ ଆସିଥାନ୍ତି। ହେଲେ ଡାକ୍ତର କିମ୍ବା ଫାର୍ମାସିଷ୍ଟ ନ ଥିବାରୁ ପ୍ରାଥମିକ ସେବା ନ ପାଇ ୧୫କିମି ଦୂର ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବାକୁ ପଡୁଛି। ଅନେକ ସମୟରେ ଗୁରୁତର ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ତେଣୁ ଏଠାରେ ତୁରନ୍ତ ଖାଲି ପଡିଥିବା ପଦବୀ ପୁରଣ ପାଇଁ ବଣମଲ୍ଲି ସାହିତ୍ୟ ଓ ସେବା ସଙ୍ଗଠନର ସଭାପତି ନିର୍ମାଲ୍ୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ଉପସଭାପତି ଲାଲମୋହନ ଶତପଥୀ, ଯଯାତି ପଟ୍ଟନାୟକ, ଦୀପକ ଦାସ ଓ ରୁଦ୍ର ନରାୟଣ ଓଝା ପ୍ରମୁଖ ଯାଜପୁର ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri