ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଛି। ଦେଶରେ ଏହି ମାରାତ୍ମକ ରୋଗ ବେଳକୁବେଳ ଭୟଙ୍କର ହେବାରେ ଲାଗିଛି। ଏହି ରୋଗର ଚିକିତ୍ସା କରିବା ସହିତ ସ୍କ୍ରିନିଂ ଏବଂ ସ୍ବାବ୍‌ ନମୁନା ପରୀକ୍ଷା କରିବା ଭଳି ବିପଜ୍ଜନକ କାର୍ଯ୍ୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ ନିୟୋଜିତ ଅଛନ୍ତି। ଅନେକ ସମୟରେ ସେମାନେ ଲୋକମାନଙ୍କ ଦ୍ୱାରା ଆକ୍ରମଣର ଶିକାର ହେଉଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଜୀବନ ପ୍ରତି ବିପଦ ଦେଖା ଦେଇଛି। ଏଭଳି ଘଡିସନ୍ଧି ମୂହୁର୍ତ୍ତରେ ନିଜ ଜୀବନକୁ ବାଜି ଲଗାଇ ସ୍ବାସ୍ଥ୍ୟସେବାରେ ଲାଗିଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ତୁରନ୍ତ ପୋଲିସ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ହସ୍ପିଟାଲ ପରିସରରେ, କୋଭିଡ୍‌-୧୯ଚିହ୍ନଟ ହୋଇଥିବା ଏବଂ କ୍ୱାରାଣ୍ଟାଇନରେ ଥିବା ସନ୍ଦିଗ୍ଧ ବ୍ୟକ୍ତିମାନଙ୍କୁ ଯାଞ୍ଚ କିମ୍ବା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିବାବେଳେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ ହେଉଛି। ସେଠାରେ ଆବଶ୍ୟକ ପୋଲିସ ସୁରକ୍ଷା ଯୋଗାଇ ଦେବା ପାଇଁ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri