ଡାଳୁଅକଣି ସମୁଦ୍ରକୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କାକଟପୁର,୧୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଡାଳୁଅକଣି ସମୁଦ୍ରକୂଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଅସ୍ତରଙ୍ଗ ପୋଲିସ ରବିବାର ମଧ୍ୟାହ୍ନରେ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଚାରିଛକ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏ ସଂକ୍ରାନ୍ତରେ ଅସ୍ତରଙ୍ଗ ଥାନାରେ ୫/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଆଇଆଇସି ଶରତ କୁମାର ନାୟକ କହିଛନ୍ତି। ନାୟକଙ୍କ ସୂଚନାନୁସାରେ, ଡାଳୁଅକଣିସ୍ଥିତ ସମୁଦ୍ରକୂଳରେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ମତ୍ସ୍ୟଜୀବୀମାନେ ଥାନାକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ମୃତ ଯୁବକଙ୍କ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବାବେଳେ ସେ ସମ୍ପୂର୍ଣ୍ଣ ଉଲଗ୍ନ ଅବସ୍ଥାରେ ପଡ଼ିଥିଲେ। ଅନ୍ୟ କେଉଁଆଡୁ ମୃତଦେହଟି ଭାସି ଆସିଥିବା ପୋଲିସ ସନ୍ଦେହ କରୁଛି। ଘଟଣାର ତଦନ୍ତ କରାଯାଉଛି। ପରିଚୟ ଏବଂ ବ୍ୟବଚ୍ଛେଦ ରିପୋର୍ଟ ମିଳିଲେ ଯୁବକଙ୍କ ମୃତ୍ୟ ଘଟଣା ସ୍ପଷ୍ଟ ହେବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri