ଡାହାଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୩ କୋର୍ଟଚାଲାଣ

ରାଇସୁଆଁ, ୧୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ହେସେଲଘୁଟ ସାହିରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୋଲିସ ରବିବାର ରାତିରେ ୩ ଜଣଙ୍କୁ ଗିରଫକରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଉକ୍ତ ଗ୍ରାମର ଶଙ୍କୁରୁ ପୂର୍ତ୍ତି, ପେଟୁ ପୂର୍ତ୍ତି ଓ କଙ୍କୁଆ ପୂର୍ତ୍ତି। ଆକ୍ରମଣର ଶିକାର ମହିଳା ହେଲେ ବିଧବା ରାଧି ପୂର୍ତ୍ତି।
ପ୍ରକାଶ ଯେ, ଗତ ୮ ତାରିଖରେ ଶଙ୍କୁରୁ, ପେଟୁ ଓ କଙ୍କୁଆ ଡାହାଣୀ ସନ୍ଦେହରେ ରାଧିଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ସଦର ଥାନାରେ ଅଭିଯୋଗ ହୋଇଥିଲା। ଘଟଣା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। କେନ୍ଦୁଝର ଜିଲାର ଆଦିବାସୀ ଇଲାକାରେ ବହୁ ସମୟରେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଡାହାଣୀ ସନ୍ଦେହରେ ହତ୍ୟାକାଣ୍ଡ ଘଟିଚାଲିଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?