Posted inଖେଳ

ଡିଆରଏସ୍‌ ନେବାରେ କୋହଲି ଦକ୍ଷ ନୁହନ୍ତି

ଖ୍ରୀଷ୍ଟଚର୍ଚ୍ଚ,୧।୩- ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ସେ ଗତ ୨୦ ଇନିଂସରେ ତିନି ସଂଖ୍ୟା ବିଶିଷ୍ଟ ସ୍କୋର ଛୁଇଁ ପାରି ନାହାନ୍ତି, ଯାହାକି ଟିମ ଇଣ୍ଡିଆ ପାଇଁ ଚିନ୍ତାର କାରଣ। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ କୋହଲି ମାତ୍ର ୩ ରନ କରି ଆଉଟ୍‌ ହୋଇଥିଲେ ଓ ଭାରତୀୟ ଦଳର ଏକ ଡିଆରଏସ୍‌ ମଧ୍ୟ ନଷ୍ଟ କରିଥିଲେ। ଏଥିନେଇ ସୋସିଆଲ ମିଡିଆରେ ତାଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟର ଦ୍ୱିତୀୟ ଇନିଂସ ମିଶାଇ କୋହଲି ଟେଷ୍ଟ କ୍ୟାରିୟରରେ ଏପର୍ଯ୍ୟନ୍ତ ୧୫ ଥର ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇଛନ୍ତି। କୌତୂହଳର ବିଷୟ ହେଉଛି, ସେ ୧୪ ଥର ଡିଆରଏସ୍‌ ନେଇଛନ୍ତି। ମାତ୍ର ନିଜ ପାଇଁ ଡିଆରଏସ୍‌ ବ୍ୟବହାର କରିବାରେ କୋହଲିଙ୍କ ରେକର୍ଡ ସେତେଟା ଭଲ ନାହିଁ। ସେ ନେଇଥିବା ୧୪ ଡିଆରଏସ୍‌ରୁ ୯ଟି ଭାରତ ହରାଇଛି। ଏହାର ଅର୍ଥ କୋହଲି ନିଜ ପାଇଁ ବ୍ୟବହାର କରୁଥିବା ରିଭ୍ୟୁର ୬୦ ପ୍ରତିଶତ ଭୁଲ। ୩ ଥର ଅମ୍ପାୟରଙ୍କ ନିଷ୍ପତ୍ତି ଯୋଗୁ ତାଙ୍କୁ ଆଉଟ୍‌ ହେବାକୁ ପଡ଼ିଛି। କେବଳ ଦୁଇ ଥର କୋହଲି ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri