ଡିଆର୍‌ଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ

ରୂପ୍‌ସା, ୨୮।୧୧ (ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍‌ର ନୂତନ ରେଳବାଇ ମ୍ୟାନେଜର ମନୋରଞ୍ଜନ ପ୍ରଧାନ ଗୁରୁବାର ବାଲେଶ୍ୱର ଜିଲାର ରୂପ୍‌ସା ରେଳ ଜଙ୍କଶନ ପରିଦର୍ଶନ କରିଛନ୍ତି। ନିର୍ମାଣାଧିନ ଫୁଟ୍‌ ଓଭରବ୍ରିଜ ସମ୍ପ୍ରସାରଣ କାର୍ଯ୍ୟ ତଦାରଖ କରିବା ସହ ସେ ଯାତ୍ରୀ ପ୍ରତୀକ୍ଷାଳୟ ଟିକେଟ କାଉଣ୍ଟର, ପ୍ଲାଟଫର୍ମ, ଶୌଚାଳୟ, ଆରପିଏଫ୍‌ ଆଉଟ୍‌ପୋଷ୍ଟ ଆଦି ବୁଲି ଦେଖିଥିଲେ। ଏହି ଅବସରରେ ଆଞ୍ଚଳିକ ବିକାଶ ପରିଷଦର ସଭାପତି ଭଗବାନ ମହାପାତ୍ର, ସମ୍ପାଦକ ସୁଧାକର ଗିରି, ଉପଦେଷ୍ଟା ବରଦା ପ୍ରସନ୍ନ ପଟ୍ଟନାୟକ, କର୍ମକର୍ତ୍ତା ନିରଞ୍ଜନ ପଣ୍ଡାଶର୍ମା, ନିରଞ୍ଜନ ବାରିକ, ନିତ୍ୟାନନ୍ଦ ପଟ୍ଟନାୟକ, ଭିକାରୀ ଚରଣ ମିସ୍ତ୍ରୀ, ରବୀନ୍ଦ୍ର ପ୍ରଦାନ, ଚକ୍ରଧର ଆଚାର୍ଯ୍ୟ ଓ ବିଧାନ ରାୟ ପ୍ରମୁଖ ଡିଆର୍‌ଏମ୍‌ ପ୍ରଧାନଙ୍କୁ ଭେଟି ଏକ ଲିଖିତ ଦାବିପତ୍ର ପ୍ରଦାନ କରିବା ସହ ଷ୍ଟେଶନର ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରିଥିଲେ। ଫୁଟ୍‌ ଓଭରବ୍ରିଜ୍‌ କାର୍ଯ୍ୟ ତୁରନ୍ତ ସମ୍ପୂର୍ଣ୍ଣ ହେବା, ଷ୍ଟେଶନ ସମ୍ମୁଖରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର, ଉତ୍ତରକେବିନ୍‌ ରାସ୍ତାର ପ୍ରଶସ୍ତିକରଣ, ଭଗବାନପୁର ଗ୍ରାମ ଲେଭଲ କ୍ରସିଂଠାରୁ ବାମଡ଼ା ଲେଭଲକ୍ରସିଂ ପର୍ଯ୍ୟନ୍ତ ସ୍ଲିପ୍‌ ରୋଡ଼ ନିର୍ମାଣ ଆଦି ଦିଗରେ ବିଭାଗୀୟ ପଦକ୍ଷେପ ନିଆଯିବା ପାଇଁ ପରିଷଦର କର୍ମକର୍ତ୍ତା ଦାବି କରିଥିଲେ। ତୁରନ୍ତ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ଡିଆର୍‌ଏମ୍‌ ପ୍ରଧାନ କହିଥିଲେ। ଡିଆର୍‌ଏମ୍‌ ରୂପ୍‌ସା ବାଙ୍ଗିରିପୋଷି ଲାଇନ୍‌ ପରିଦର୍ଶନ କରି ଫେରିବା ବେଳେ ରୂପ୍‌ସା ଷ୍ଟେଶନରେ ଅଟକିଥିଲେ। ତାଙ୍କ ସହ ବିଭାଗୀୟ ଅଧିକାରୀଙ୍କ ସମେତ ଷ୍ଟେଶନ ମ୍ୟାନେଜର ଶ୍ରୀପତି ରାଉତ, ଏମ୍‌. ହାଁସଦା, ଆରପିଏଫ୍‌ ଥାନା ପୋଲିସ ପ୍ରମୁଖ ଉପସ୍ଥିତ ଥିଲେ।

୧-ରୂପ୍‌ସା-ଗୁରୁବାର- ରୂପ୍‌ସା ଜଙ୍କଶନରେ ଡିଆର୍‌ଏମ୍‌ ପରିଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?