ଡିଜିଟାଲ ଇଣ୍ଡିଆର ୪ବର୍ଷ ପୂର୍ତ୍ତି ପାଳନ

କଟକ ଅଫିସ,୧।୭: କଟକ ନଗର ଡାକମଣ୍ଡଳ ଦ୍ୱାରା ଡିଜିଟାଲ ଇଣ୍ଡିଆର ୪ବର୍ଷ ପୂର୍ତ୍ତି ପାଳନ କରାଯାଇଛି। ଏହି ଅବସରରେ ଡିଜିଟାଲ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କଟକ ନଗର ଡାକମଣ୍ଡଳର ବରିଷ୍ଠ ଅଧୀକ୍ଷକ ଶୁଚିସ୍ମିତା ସ୍ବାଇଁ ଯୋଗଦେଇ ଡାକବିଭାଗର ଡିଜିଟାଲକରଣ ଉପରେ ଅବଗତ କରାଇଥିଲେ। ଏବେ ଟଙ୍କାପଇସା କାରବାର କୋର୍‌ ବ୍ୟାକିଙ୍ଗ୍‌ ସେବା ଦ୍ୱାରା କରାଯାଉଛି। ଯେଉଁଥିରେ ଏଟିଏମ୍‌, ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ, ଏସଏମଏସ ସେବା ଆଦି ଉପଭୋକ୍ତାମାନଙ୍କୁ ଯୋଗାଇ ଦିଆଯାଉଛି। ପୋଷ୍ଟ ଇନଫୋ ଆପ୍‌ ଦ୍ୱାରା ସ୍ପିଡ୍‌ ପୋଷ୍ଟ, ପାର୍ଶଲ ଆଦି ସେବାର ଟ୍ରାକିଂ କରାଯାଇପାରୁଛି। ଏହି ଆପ୍‌ରେ ମଧ୍ୟ ପିଏଲଆଇ ଏବଂ ଆରପିଏଲଆଇର ପ୍ରିମିୟମର ହିସାବ, ସ୍ବଳ୍ପ ସଞ୍ଚୟ ଯୋଜନାର ସୁଧ ଆଦି ଜାଣି ହେଉଛି। ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌(ଆଇ.ପି.ପି.ବି) ଦ୍ୱାରା ଘରେ ଘରେ ବ୍ୟାଙ୍କିଙ୍ଗ୍‌ ସେବା ପହଞ୍ଚି ପାରିଛି। ଆଇପିପିବିି ମୋବାଇଲ ଆପ୍‌ ଦ୍ୱାରା ଏନଇଏଫଟି, ଆରଟିଜିଏସ, ମୋବାଇଲ୍‌ ରିଚାର୍ଜ, ବିଦ୍ୟୁତ କର ଦେୟ ଆଦି ସେବା ଉପଭୋକ୍ତାମାନେ ପାଇପାରୁଛନ୍ତି। ଆଧାର ପଞ୍ଜିକରଣ, ପାସପୋର୍ଟ ସେବା, ସୁକନ୍ୟା ସମୃଦ୍ଧି ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ଅଟଳ ପେନ୍‌ସନ୍‌ ଯୋଜନା ସର୍ବସାଧାରଣଙ୍କ ପାଖରେ ପହଞ୍ଚିପାରିଛି। ଦର୍ପଣ କାର୍ଯ୍ୟକ୍ରମ ଜରିଆରେ ଗ୍ରାମାଞ୍ଚଳରେ ଡାକଘର ତାର ଅନେକ ସେବାକୁ ଡିଜିଟାଲ କରିପାରିଛି। କେବଳ ସେତିକି ନୁହେଁ, ଡିଜିଟାଲ ଇଣ୍ଡିଆ ଯୋଜନାରେ ଡାକଘର କୋର୍‌ ସିଷ୍ଟମ୍‌ ଇଣ୍ଟିଗ୍ରେସନ୍‌ ଯୋଜନାରେ ପ୍ରତ୍ୟେକ କାର୍ଯ୍ୟକୁ ସମନ୍ବିତ କରିଛି। ଡାକଘରର ଉପରୋକ୍ତ ଡିଜିଟାଲ ସୁବିଧାଗୁଡିକୁ କର୍ମଚାରୀମାନେ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ଅବଗତ କରାଇଥିଲେ। କଟକ ଜିପିଓ ବରିଷ୍ଠ ପୋଷ୍ଟମାଷ୍ଟର ଶେଖ୍‌ ମହମ୍ମଦ ନୋମାନ ଏହାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri