ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରଘୁନାଥ ବେହେରା ଓ ପୁଅ ପ୍ରଦୀପ। ବିଜୁଳି ନ ଥିବାରୁ ରାତିରେ ଡିବିରି ଜାଳି ସିମେଣ୍ଟ ବସ୍ତା ଉପରେ ରଖି ରଘୁନାଥ ଓ ପ୍ରଦୀପ ଶୋଇଥିଲେ। ବିଲେଇ ବସ୍ତା ଉପରେ ଚଢିଯିବାରୁ ଡିବିରି ତଳେ ପଡି ଚାରିଆଡକୁ ନିଆଁ ବ୍ୟାପି ଯାଇଥିଲା। ସେଠାରେ ଥିବା ତାଙ୍କ ବାଇକ ସମେତ, ରାଶନସାମଗ୍ରୀ ଥିବା ପ୍ଲାଷ୍ଟିକ୍‌ ବସ୍ତା, ଟଙ୍କା ଜଳିଯାଇଥିଲା। ନିଆଁକୁ ଆୟତ୍ତ କରିବା ସମ୍ଭବ ହୋଇ ନ ଥିଲା। ପୁଅ ପ୍ରଦୀପ ତାଙ୍କ ସାର୍ଟିଫିକେଟ୍‌ ଆଣିବାକୁ ଯାଇଥିବାବେଳେ ପୋଡି ହୋଇଯାଇଥିଲେ। ବାପା ମଧ୍ୟ ଘରୁ ବାହାରିବା ବେଳେ ପୋଡି ହୋଇଯାଇଥିଲେ। ପରେ ନିଅଁା ପଡୋଶୀ ସନ୍ତୋଷ ପଣ୍ଡାଙ୍କ ଘରକୁ ବ୍ୟାପିଥିଲା। ତୁମୁଡ଼ିବନ୍ଧ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ଗୁରୁତର ରଘୁନାଥ ଓ ପୁଅ ପ୍ରଦୀପଙ୍କୁ ପ୍ରଥମେ ତୁମୁଡ଼ିବନ୍ଧ ମେଡିକାଲରେ ଚିକିତ୍ସା କରାଯାଇ ବାଲିଗୁଡ଼ା ସ୍ଥାନାନ୍ତର କରାଯାଇଥିବା ବେଳେ ଅଧିକ ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ମୂଳ ମନ୍ଦିରକୁ ବାହୁଡ଼ିଲେ ମା’ ବୁଢ଼ୀ ଠାକୁରାଣୀ: ରଙ୍ଗ-ଫଗୁ ଖେଳି ବର୍ଷକ ପାଇଁ ମେଲାଣି ଦେଲେ ଭକ୍ତ

ଦିଗପହଣ୍ଡି, ୨୪/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହରର ଗଣପର୍ବ ଥା ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ବାର୍ଷିକ ଯାତ୍ରା ମହୋତ୍ସବ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?