ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରଘୁନାଥ ବେହେରା ଓ ପୁଅ ପ୍ରଦୀପ। ବିଜୁଳି ନ ଥିବାରୁ ରାତିରେ ଡିବିରି ଜାଳି ସିମେଣ୍ଟ ବସ୍ତା ଉପରେ ରଖି ରଘୁନାଥ ଓ ପ୍ରଦୀପ ଶୋଇଥିଲେ। ବିଲେଇ ବସ୍ତା ଉପରେ ଚଢିଯିବାରୁ ଡିବିରି ତଳେ ପଡି ଚାରିଆଡକୁ ନିଆଁ ବ୍ୟାପି ଯାଇଥିଲା। ସେଠାରେ ଥିବା ତାଙ୍କ ବାଇକ ସମେତ, ରାଶନସାମଗ୍ରୀ ଥିବା ପ୍ଲାଷ୍ଟିକ୍‌ ବସ୍ତା, ଟଙ୍କା ଜଳିଯାଇଥିଲା। ନିଆଁକୁ ଆୟତ୍ତ କରିବା ସମ୍ଭବ ହୋଇ ନ ଥିଲା। ପୁଅ ପ୍ରଦୀପ ତାଙ୍କ ସାର୍ଟିଫିକେଟ୍‌ ଆଣିବାକୁ ଯାଇଥିବାବେଳେ ପୋଡି ହୋଇଯାଇଥିଲେ। ବାପା ମଧ୍ୟ ଘରୁ ବାହାରିବା ବେଳେ ପୋଡି ହୋଇଯାଇଥିଲେ। ପରେ ନିଅଁା ପଡୋଶୀ ସନ୍ତୋଷ ପଣ୍ଡାଙ୍କ ଘରକୁ ବ୍ୟାପିଥିଲା। ତୁମୁଡ଼ିବନ୍ଧ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ଗୁରୁତର ରଘୁନାଥ ଓ ପୁଅ ପ୍ରଦୀପଙ୍କୁ ପ୍ରଥମେ ତୁମୁଡ଼ିବନ୍ଧ ମେଡିକାଲରେ ଚିକିତ୍ସା କରାଯାଇ ବାଲିଗୁଡ଼ା ସ୍ଥାନାନ୍ତର କରାଯାଇଥିବା ବେଳେ ଅଧିକ ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri